Posted inରାଜ୍ୟ

ଆଗକୁ ତାତି ସାଙ୍ଗକୁ କଲବଲ କରିବ ଗୁଳୁଗୁଳି, ୪୦ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ୱର,୨।୪: ଏପ୍ରିଲ ଆରମ୍ଭରୁ କଲବଲ କରୁଛି ତାତି। ଦିନରେ ମୁଣ୍ଡଫଟା ଖରା ସାଙ୍ଗକୁ ରାତିରେ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଉଛି। ତେବେ ଚଳିତ ଗ୍ରୀଷ୍ମଋତୁରେ ସାମାନ୍ୟରୁ ଯଥେଷ୍ଟ ଅଧିକ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୁଧବାରଠାରୁ ଗ୍ରୀଷ୍ମ ପ୍ରବାହର ମାତ୍ରା ବୃଦ୍ଧି ପାଇବ। ଏହା ଆସନ୍ତା ୨୦ ଦିନ ପର୍ଯ୍ୟନ୍ତ ଜାରି ରହିବ। ଅପରପକ୍ଷେ ଚଳିତ ମାସରୁ ଜୁନ ମାସ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିବା ସହ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ଗରମ ଏବଂ ଗୁଳୁଗୁଳି ଅଧିକ ହେବ ବୋଲି ପାଣିପାଗ ବିଭାଗ କହିଛି ।

ସୂଚନା ଅନୁସାରେ, ଏପ୍ରିଲ ମାସରେ ରାଜ୍ୟରେ ହାରାହାରି ୧ ରୁ ୩ ଦିନ ଗ୍ରୀଷ୍ମପ୍ରବାହର ଅବଧି ରହୁଥିବାବେଳେ ଚଳିତ ବର୍ଷ ଏପ୍ରିଲ ମାସରେ ୩ ରୁ ୮ ଦିନ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ ବୋଲିପାଣିପାଗ ବିଭାଗ ଅନୁମାନ କରିଛି । ରାଜ୍ୟରେ ଆସନ୍ତା ୬ ତାରିଖ ଯାଏ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ଏବଂ ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିବ ବୋଲି ଅନୁମାନ କରାଯାଇଛି । ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ବାରିପଦା ଓ ଝାରସୁଗୁଡ଼ା ତାପମାତ୍ରା ୪୦.୪ ଡିଗ୍ରୀ ଥିଲା । ରାଜ୍ୟର ୭ସହରରେ ଦିନ ତାପମାତ୍ରା ୪୧ ଡିଗ୍ରୀ ଥିବା ବେଳେ ମାଲକାନଗିରିରେ ୪୧.୭ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ୪ ରୁ ୬ ତାରିଖ ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ୨ରୁ ୩ ଡିଗ୍ରୀ ତାତି ବଢ଼ିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri