ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ। ଏଥର କିନ୍ତୁ ସେ ବିଜେଡିରେ ଯୋଗଦେଇ ଟିକେଟ ହାତେଇଛନ୍ତି। ଏଣୁ ଆଗାମୀ ନିର୍ବାଚନରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେ ନେଇ କର୍ମୀମାନେ ଚିନ୍ତାରେ ରହିଛନ୍ତି। ପ୍ରାର୍ଥୀ ଘୋଷଣା ଝୁଲାଇ ରଖାଯାଇଥିବାରୁ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।

ବର୍ତ୍ତମାନ ଶିକ୍ଷାବିତ୍‌ ନିରୋଦ ବରଣ ଖୁଣ୍ଟିଆ, ଆଡ୍‌ଭୋକେଟ ସୁଧୀର ମହାନ୍ତି, ନିମାପଡ଼ା ବ୍ଲକ କଂଗ୍ରେସ ସଭାପତି ବିଜୟ ପ୍ରଧାନ, ସିଦ୍ଧାର୍ଥ ରାଉତରାୟ, ଜ୍ୟୋତିରଞ୍ଜନ ମହାନ୍ତି ପ୍ରମୁଖ ଦାବିଦାର ରହିଛନ୍ତି। ସମସ୍ତେ ଟିକେଟ ହାତେଇବା ପାଇଁ ଲବି ଜୋରଦାର କରିଛନ୍ତି। ହେଲେ ନିମାପଡ଼ା ଆସନରେ ବିଜୟ ସମ୍ଭାବନା ଥିବା ଜଣେ ପୁରୁଖା କିମ୍ବା ନୂଆ ମୁହଁକୁ ସୁଯୋଗ ଦେଇ କଂଗ୍ରେସ ନେତୃତ୍ୱ ମାଷ୍ଟରଷ୍ଟ୍ରୋକ ଖେଳିପାରନ୍ତି ବୋଲି ଆଲୋଚନା ହେଉଛି। ଏପଟେ ବିଜେଡି ୩ ଥରର ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟରୁ ବଞ୍ଚିତ କରିବା ସହ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରି ଉଭୟ ଭାଜପା ଏବଂ କଂଗ୍ରେସକୁ ଚକିତ କରିଦେଇଛି। ସେହି ନ୍ୟାୟରେ ଏବେ କଂଗ୍ରେସ ନେତୃତ୍ୱ ତରବରିଆ ଭାବେ ନାମ ଘୋଷଣା ନ କରି ଜଣେ ପ୍ରାର୍ଥୀଙ୍କ ଅନ୍ବେଷଣରେ ରହିଥିବା ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri