ଓଡ଼ିଶାକୁ ‘ଶ୍ରେଷ୍ଠ ପ୍ରଦର୍ଶନକାରୀ’ ମାନ୍ୟତା

ଭୁବନେଶ୍ୱର,୧୭।୧(ଅନୁରାଧା ମହାରଣା): ଏକ ଉନ୍ନତ ଷ୍ଟାର୍ଟଅପ୍‌ ଇକୋ ସିଷ୍ଟମ ଗଠନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ‘ଶ୍ରେଷ୍ଠ ପ୍ରଦର୍ଶନକାରୀ’ ଭାବରେ ସୂଚିତ କରାଯାଇଛି। ଡିପିଆଇଆଇଟି ଷ୍ଟେଟ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌- ୨୦୨୨ରେ ଓଡ଼ିଶାକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋୟଲ ମଙ୍ଗଳବାର ନୂଆଦିଲ୍ଲୀଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଷ୍ଟେଟ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ର ଏହି ୪ର୍ଥ ସଂସ୍କରଣ ଷ୍ଟେଟ୍‌ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ ଶିଳ୍ପ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟ ବିଭାଗ( ଡିପିଆଇଆଇଟି) ଦ୍ୱାରା ପ୍ରସ୍ତୁତ ହୋଇଥିଲା। ୨୫ଟି ଆଧାରରେ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନେଇ ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ଷ୍ଟାର୍ଟଅପ୍‌ର ସମ୍ପ୍ରସାରଣ ଓ ଇକୋ ସିଷ୍ଟମକୁ ସମର୍ଥନ କରିବା ଲାଗି କାର୍ଯ୍ୟ କରିବାକୁ ୩୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ପ୍ରୋତ୍ସାହିତ କରାଯାଇଥିଲା। ୨୦୧୮ରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୨୦୧୯ରେ ଷ୍ଟାର୍ଟଅପ୍‌ ଇକୋ ସିଷ୍ଟମକୁ ସମର୍ଥନ କରିଥିବାରୁ ଓ ରାଜ୍ୟ ଷ୍ଟାର୍ଟଅପ୍‌ ର଼୍ୟାଙ୍କିଙ୍ଗ୍‌ ୨୦୨୧ରେ ଓଡ଼ିଶାକୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ଭାବରେ ପୁରସ୍କୃତ କରିଥିଲା। ତେବେ ରାଜ୍ୟର ପ୍ରତ୍ୟେକ ଅଞ୍ଚଳରେ ଉଦ୍ୟୋଗୀମାନଙ୍କ ବିକାଶ ପାଇଁ ସାମଗ୍ରିକ ନୀତି ଓ ଯୋଜନା ପ୍ରସ୍ତୁତ ହୋଇଥିଲା। ଫଳରେ ୨୦୨୨ରେ ମଧ୍ୟ ଓଡ଼ିଶା ଶ୍ରେଷ୍ଠ ପ୍ରଦର୍ଶନକାରୀ ମାନ୍ୟତା ବଜାୟ ରଖିଛି। ଷ୍ଟାର୍ଟଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଚେୟାରମ୍ୟାନ ଓମ୍‌କାର ରାୟ କହିଛନ୍ତି, ଏକ ନୂଆ ଷ୍ଟାର୍ଟଅପ୍‌ ନୀତି ସହ ଏକ ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ଓଡ଼ିଶା ସର୍ବଦା ପ୍ରୟାସ କରୁଛି। ଷ୍ଟାର୍ଟଅପ୍‌ ଓଡ଼ିଶା ଏଗ୍ରିଟେକ୍‌, ଆଇଟି, କୃତ୍ରିମ ବୁଦ୍ଧିମତ୍ତା, ସ୍ବାସ୍ଥ୍ୟସେବା, ଫିନ୍‌ଟେକ୍‌ ଓ ବାୟୋଟେକ୍‌ନୋଲୋଜି କ୍ଷେତ୍ରଗୁଡ଼ିକରେ ୧୮୦୦ରୁ ଅଧିକ ଷ୍ଟାର୍ଟଅପ୍‌ ପ୍ରସ୍ତୁତ କରିଛି। ଏଥିମଧ୍ୟରୁ ୪୨ ପ୍ରତିଶତ ମହିଳା ଉଦ୍ୟୋଗୀ ରହିଛନ୍ତି। ଏହି ସଂଖ୍ୟା ୨୦୨୫ ସୁଦ୍ଧା ଅତିକମ୍‌ରେ ୫ ହଜାର ଛୁଇଁବ ବୋଲି ଆଶା କରାଯାଉଛି। ଅନ୍ୟପଟେ ରାଜ୍ୟରେ ୨୭ଟି ଇନ୍‌କ୍ୟୁବେଟର ମଧ୍ୟରେ ରାଜ୍ୟ ସରକାରଙ୍କ ଇନ୍‌କ୍ୟୁବେଟର ଓ-ହବ୍‌ ରହିଛି। ଏଠାରେ ୭୫ଟି ଉଦ୍ୟୋଗୀ ସେଲ୍‌ (ଇସେଲ) ଓ ୯୩ଟି ଇନ୍‌କ୍ୟୁବେଟସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri