କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର,୨୧।୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ  ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର୍ଯ୍ୟକାରୀ ହେବ । ଦେଶର ୨୯ ହଜାର ମେଡିକାଲରେ ମିଳିବ ସୁବିଧା । ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ମିଳୁଥିଲା ସୁବିଧା । ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନାରେ ବୟସ୍କଙ୍କୁ ଚିକିତ୍ସା ସୁବିଧା ମିଳିବ । ୭୦ ବର୍ଷ ବା ତା’ଠୁ ଅଧିକ ବୟସର ବ୍ୟକ୍ତିଙ୍କୁ ଚିକିତ୍ସା ମିଳିବ ।

ଏପ୍ରିଲ ପହିଲାରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁହେବ । ପ୍ରଧାନମନ୍ତ୍ରୀ-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ । ଯୋଜନାରେ ଉପକୃତ ହେବେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଅଧିକ ପରିବାର । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାର ପରିବାର ଉପକୃତ ହେବେ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଅଧିକ ଲୋକ ଲାଭ ପାଇବେ । ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ କରାଯିବ । ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ । ବାୟୋ ବନ୍ଧନ ଯୋଜନାରେ ହିତାଧିକାରୀଙ୍କୁ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ଦିଆଯିବ ।  ଏହା ସହ ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ମିଳିଛି।

ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କୀ ହମଲା: ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିପାରନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ହମଲାକୁ ନେଇ କେନ୍ଦ୍ର ସରକାର କଡ଼ା ମନୋଭାବ ଗ୍ରହଣ କରିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

ଭାରତର କଡ଼ା ପଦକ୍ଷେପ: ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ଜୀବନ ହାନି ହୋଇଥିଲା,...

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ଐତିହାସିକ ନିଷ୍ପତ୍ତି: ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ...

ପହଲଗାମ୍ ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି: ଅଟାରୀ-ୱାଘା ସୀମା ବନ୍ଦ

ନୂଆଦିଲ୍ଲୀ, ୨୩ା୪: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି।...

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର...

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image