Posted inଖେଳ

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଟାଇଗର୍ସ ୨୯ ରନରେ ବିଜୟୀ

ଭୁବନେଶ୍ୱର,୬।୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଓଡ଼ିଶା ଟାଇଗର୍ସ ୨୯ ରନରେ ଓଡ଼ିଶା ଚିତାସ୍‌କୁ ପରାସ୍ତ କରିଛି। ମଙ୍ଗଳବାର ଟୁର୍ନାମେଣ୍ଟରେ ୧୯ତମ ମ୍ୟାଚ୍‌ରେ ଟସ୍‌ ଜିତି ଟାଇଗର୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୫୩ ରନ ସଂଗ୍ରହ କରିଥିଲା। ଜବାବରେ ଚିତାସ ୪ ଉଇକେଟ ହରାଇ ୧୨୪ ରନରରେ ସୀମିତ ରହି ପରାସ୍ତ ହୋଇଥିଲା। ଏଥି ସହିତ ଟାଇଗର୍ସ ୭ଟି ମ୍ୟାଚ୍‌ ଖେଳି ୩ ବିଜୟ ଓ ୪ ପରାଜୟ ସହ ୧୨ ପଏଣ୍ଟ ପାଇଁ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପଟେ ଚିତାସ ୭ଟି ମ୍ୟାଚ୍‌ ଖେଳି ୩ ବିଜୟ, ୪ ପରାଜୟ ସହ ସମାନ ୧୨ ପଏଣ୍ଟ ପାଇଥିଲେ ମଧ୍ୟ ନେଟ୍‌ ରନ୍‌ ରେଟ୍‌ରେ ପଛରେ ରହି ପଞ୍ଚମ ସ୍ଥାନରେ ରହିଛି। ୪୯ ରନର ଦ୍ରୁତ ଅପରାଜିତ ଇନିଂସ ଖେଳିଥିବା ଟାଇଗର୍ସ ଅଧିନାୟକ ଦେବାଶିଷ ସାମନ୍ତରାୟ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୫୪ ରନ ବିଜୟ ଲକ୍ଷ୍ୟର ପିଛା କରି ଚିତାସ ଆବଶ୍ୟକ ହାରରେ ରନ୍‌ ସଂଗ୍ରହ କରିପାରି ନ ଥିଲା। ଦଳ ତରଫରୁ ମାରୋଜୁ ପ୍ରଶାନ୍ତ ସର୍ବାଧିକ ୫୪ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଅଭିଷେକ ରାଉତ ୩୮ ରନ କରି ଅପରାଜିତ ରହିଥିଲେ। ଅଧିନାୟକ ଅନୁରାଗ ଷଡଙ୍ଗୀ ୧୦ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଟାଇଗର୍ସର ବି. ଶବ ୨ ଓ ମିନାଲ ପରିଡା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଟାଇଗର୍ସ ତରଫରୁ ଦେବାଶିଷ ସର୍ବାଧିକ ଅପରାଜିତ ୪୯, ଅମିନ ଖାଁ ୪୫, ଦିବ୍ୟଶକ୍ତି ଚକ୍ରବର୍ତ୍ତୀ ୧୧, ରାକେଶ ଗୋଛାୟତ ୧୭ ରନ ସଂଗ୍ରହ କରିଥିଲେ। ହର୍ଶିତ ରାଠୋର ୨୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଚିତାସ ତରଫରୁ ଅଭିଜିତ ହୋତା, ମନୋଜ ବାରିକ, ଅନୁରାଗ ଓ ଅଭିଷେକ ରାଉତ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସେହିପରି ମଙ୍ଗଳବାର ଅନୁଷ୍ଠିତ ଟୁର୍ନାମେଣ୍ଟ ଦଶମ ମ୍ୟାଚ୍‌ରେ ଓଡ଼ିଶା ଲାୟନ୍ସ ୪ ଉଇକେଟରେ ଓଡ଼ିଶା ଜାଗୁଆର୍ସକୁ ହରାଇଛି। ଟସ୍‌ ଜିତି ଜାଗୁଆର୍ସ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୧୧୧ ରନ ସଂଗ୍ରହ କରିଥିଲା। ଜବାବରେ ଲାୟନ୍ସ ୧୯ ଓଭରରେ ୬ ଉଇକେଟ ହରାଇ ୧୧୭ ରନ କରି ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri