ଓଡ଼ିଶାରେ କରୋନା ଆରୋଗ୍ୟ ସଂଖ୍ୟା ଦେଢ଼ ଲକ୍ଷ ଟପିଲା

ଭୁବନେଶ୍ୱର, ୨୨।୯: ଓଡ଼ିଶାରେ ମଙ୍ଗଳବାର ସୁଦ୍ଧା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ୩ ହଜାର ୮୩୪ ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ମୋଟ୍‌ ଲୋକଙ୍କ ସଂଖ୍ୟା ଏକ ଲକ୍ଷ ୫୩ ହଜାର ୨୧୩କୁ ବୃଦ୍ଧି ପାଇଛି। ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି କଟକରୁ ୩୮୯, ପୁରୀରୁ ୨୭୪, ଅନୁଗୋଳ ୨୧୦, ବରଗଡ଼ ୧୯୦, ବାଲେଶ୍ୱର ୧୮୫, ବଲାଙ୍ଗୀର ୧୮୩, କେନ୍ଦ୍ରାପଡ଼ା ୧୫୬, କଳାହାଣ୍ଡି ୧୫୦, ସମ୍ବଲପୁର ୧୩୮, ଜଗତ୍‌ସିଂହପୁର ୧୨୩, ମୟୂରଭଞ୍ଜ ୧୨୨, ଯାଜପୁର ୧୧୮, କନ୍ଧମାଳ ୧୧୦, ସୁନ୍ଦରଗଡ଼ ୧୧୦, ନବରଙ୍ଗପୁର ୯୭, ସୋନପୁର ୯୩, ନୂଆପଡ଼ା ୯୧, କୋରାପୁଟ ୭୪, ଝାରସୁଗୁଡ଼ା ୭୦, କେନ୍ଦୁଝର ୫୫, ନୟାଗଡ଼ ୫୫,ଭଦ୍ରକ ୫୩, ବୌଦ୍ଧ ୪୧, ମାଲକାନଗିରି ୨୭, ରାୟଗଡ଼ା ୨୨, ଦେବଗଡ଼ ୨୦, ଢେଙ୍କାନାଳ ୧୭, ଗଞ୍ଜାମ ୧୭, ଗଜପତି ୧୩ ଜଣ ଲୋକ କରୋନାରୁ ଆରୋଗ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri