ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ନୂଆ ଦିଗ ଦେବ। ରାଜ୍ୟରେ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେବା ସହିତ ପ୍ରଗତି ପଥ ଆହୁରି ପ୍ରଶସ୍ତ ହେବ ବୋଲି କୁହାଯାଇଛି।