ଭିଜିଲାନ୍ସ ଜାଲରେ ବିଡିଓ, ଚାଲିଛି ୮ ସ୍ଥାନରେ ଚଢାଉ

ଭୁବନେଶ୍ୱର,୭।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ କରାଯାଉଛି। ଏହି ଚାଉରେ ୬ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି।

Share