ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ଗ୍ରହଣ ହେବ। ତେବେ କେଉଁଠି କେଉଁ ସମୟରେ ଭୋଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।

ବିଜ୍ଞପ୍ତି ଅନୁଯାୟୀ, କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଞ୍ଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼ ଧର୍ମଗ ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏ ଭୋଟ ଗ୍ରହଣ ହେବ ।

ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏ ଭୋଟ ଗ୍ରହଣ ହେବ । କୋଟପା ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ ।

ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା ଓ କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ।

କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

Share