ଆନ୍ଧ୍ର ବିରୋଧରେ ପୁଣି ସୁପ୍ରିମକୋର୍ଟ ଯିବ ଓଡ଼ିଶା

ଭୁବନେଶ୍ୱର, ୬ା୪(ବ୍ୟୁରୋ): କୋଟିଆରେ ପୁଣିଥରେ ନିର୍ବାଚନ କରିବା ଲାଗି ଆନ୍ଧ୍ରପ୍ରଦେଶ ସରକାର ଅଣ୍ଟା ଭିଡିଛନ୍ତି। ଆସନ୍ତା ୮ ତାରିଖରେ କୋଟିଆର ୨ଟି ପଞ୍ଚାୟତରେ ସମିତି ସଭ୍ୟ ଏବଂ ଗୋଟିଏ ଜିଲା ପରିଷଦ ସଭ୍ୟ ନିର୍ବାଚନ କରିବା ଲାଗି ଆନ୍ଧ୍ର ସରକାର ନିଷ୍ପତ୍ତି ନେଇଥିବା ନେଇ ଖବର ଆସିବାପରେ ରାଜ୍ୟ ସରକାରଙ୍କ ଏନେଇ ଚିନ୍ତା ପଶିଛି। ଏହି ପ୍ରସଙ୍ଗରେ ରାଜ୍ୟ ସରକାର ପୁଣିଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ନିଜ ଆଡୁ ସୂଚନା ଦେଇଛନ୍ତି। ଅନ୍ୟପଟେ କିଛିଦିନ ତଳେ ଆନ୍ଧ୍ର ସରକାର କୋଟିଆ ଏବଂ ଅନ୍ୟ କେତେଗୁଡିଏ ସୀମାବର୍ତ୍ତି ଅଞ୍ଚଳରେ ନିର୍ବାଚନ କରାଇବା ଘଟଣାରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଦାୟର କରିଥିବା ଏକ ମାମଲା ରହିଛି।
ରାଜ୍ୟ ଆଇନ ବିଭାଗ ଉପସଚିବ ଭଗବାନ ନାୟକ ସୋମବାର ନୂଆଦିଲ୍ଲୀରେ ରହିଥିବା ଆଡ୍‌ଭୋକେଟ ଅନ ରେକର୍ଡ(ଏଓଆର୍‌) ଶିବ ଶଙ୍କର ମିଶ୍ରଙ୍କୁ ଚିଠି ଲେଖି ପୁଣିଥରେ ସୁପ୍ରିମକୋର୍ଟରେ ଏକ ସୁଟ୍‌ ଫାଇଲ କରିବା ନେଇ କହିଛନ୍ତି। ଏହାସହ ଏକ ଓକିଲାତିନାମା ମଧ୍ୟ ପଠାଇଥିବା ଜଣାପଡିଛି। ଆନ୍ଧ୍ରପ୍ରଦେଶ ସରକାର କୋଟିଆ ଅଞ୍ଚଳରେ ନିର୍ବାଚନ କରୁଥିବାରୁ ସୁପ୍ରିମକୋର୍ଟରେ ଆବେଦନ କରି ଏହି ନିର୍ବାଚନ ଉପରେ ରିହାତିଦେଶ ଜାରି ଆଦେଶ ଆଣିବାକୁ ପଦକ୍ଷେପ ନେବା ନେଇ ଆଇନ ବିଭାଗ କହିଛି। ଖୁବଶୀଘ୍ର ଦସ୍ତାବିଜ ଏକାଠି କରି ରିଟ୍‌ ପିଟିସିନ ହେବ ବୋଲି ଜଣାପଡିଛି। କୋରାପୁଟ ଜିଲା ଜୟପୁରର କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି, ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁରନ୍ତ ହସ୍ତକ୍ଷେପ କରି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରନ୍ତୁ। ବାରମ୍ବାର ଅବୈଧ ପ୍ରବେଶ କରି ଆନ୍ଧ୍ର ସରକାର ସେଠାରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି। ଆନ୍ଧ୍ରପଟୁ ଅନୁପ୍ରବେଶ କରୁଥିବା ଲୋକଙ୍କୁ ଗିରଫ କରାଯିବା ଦରକାର ବୋଲି ବାହିନୀପତି କହିଛନ୍ତି। ଅନ୍ୟପଟେ ଏହି ଘଟଣାକୁ ନେଇ ଭାଜପା ଏମ୍‌ପି ସୁରେଶ ପୂଜାରୀ ରାଜ୍ୟପାଳଙ୍କୁ ଭେଟିଛନ୍ତି। ଏହି ଅବସରରେ ସୁରେଶ କହିଛନ୍ତି, ଏ ବାବଦରେ ରାଜ୍ୟପାଳଙ୍କୁ ଅବଗତ କରାଇବା ପାଇଁ ଆସିଥିଲି। ଏନେଇ ରାଜ୍ୟ ସରକାର କିଛି ପରାମର୍ଶ ଦିଅନ୍ତୁ। କିପରି ସୀମାବର୍ତ୍ତୀ ଗାଁଗୁଡିକୁ ରାଜ୍ୟ ସରକାର ନିମ୍ନମିତ ସ୍ବାସ୍ଥ୍ୟସେବା, ଶିକ୍ଷା, ରାସ୍ତାଘାଟ, ପିଇବା ପାଣି ଏବଂ ଗମନାଗମନ ବ୍ୟବସ୍ଥା କରାଇବେ ସେବାବଦରେ ରାଜ୍ୟପାଳଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି ଆସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri