ନବୀନ ଓ ପାଣ୍ଡିଆନଙ୍କୁ ମୋହନଙ୍କ କଡ଼ା ଟାର୍ଗେଟ, କହିଲେ…

ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗୋଟି ଗୋଟି କରି କାଉଣ୍ଟର କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ତେବେ ଏଥର ନବୀନଙ୍କୁ କହିବା ସହ ପରୋକ୍ଷରେ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।

ସେ କହିଛନ୍ତି, ପୂର୍ବ ସରକାରର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଏକ ବିକୃତ ବ୍ୟବସ୍ଥା କରିଥିଲେ। ଖର୍ଚ୍ଚଦାବି ଆଲୋଚନାରେ ବିଧାନସଭାରେ ସରକାରଙ୍କୁ କିଛି ପ୍ରଶ୍ନ ପଚାରି ପଳାଉଛନ୍ତି। ପ୍ରଶ୍ନର ଉତ୍ତର ଶୁଣିବା ପାଇଁ ବିରୋଧୀ ଦଳ ନେତା ଉପସ୍ଥିତ ଅଧିକ ଭଲ ହୋଇଥାନ୍ତା, ବୋଧହୁଏ ବିଧାନସଭାଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ତାଙ୍କର ଥାଇପାରେ ବୋଲି କହି କଟାକ୍ଷ କରିବାକୁ ମୁଖ୍ୟମନ୍ତ୍ରୀ ପଛାଇ ନାହାନ୍ତି।

ଆଜି ବିଧାନସଭାରେ ଉଭୟ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚଦାବି ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଧାରଣ ଅଭିଯୋଗ ଶୁଣାଣିର ବିକୃତ ବ୍ୟବସ୍ଥା ପୂର୍ବ ସରକାରର ମୁଖ୍ୟମନ୍ତ୍ରୀ ସୃଷ୍ଟି କରିଥିଲେ। ମୁଖ୍ୟମନ୍ତ୍ରୀ ନିଜେ ଲୋକଙ୍କ ପାଖକୁ ନଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ଦୁର୍ଭାଗ୍ୟଜନକ । ପୂର୍ବ ମୁଖ୍ୟମନ୍ତ୍ରୀ ତାଙ୍କ ବ୍ୟକ୍ତିଗତ ସଚିବଙ୍କୁ ଅଭିଯୋଗ ଶୁଣାଣି ପାଇଁ ପଠାଇବା ଏକ ବିକୃତ ବ୍ୟବସ୍ଥା ଥିଲା। ନିଜର ଜଣେ ଅଫିସରଙ୍କୁ ପଠେଇ ଅଭିଯୋଗ ଶୁଣାଣି କରୁଥିଲେ । ନିଜେ କେବେ ଲୋକଙ୍କ ଗୁହାରି ଶୁଣୁନଥିଲେ । ଏଭଳି ଏକ ବିକୃତ ବ୍ୟବସ୍ଥା ପୂର୍ବ ସରକାରରେ ଚାଲିଥିଲା ।

ଆମ ସରକାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ପୁଣିଥରେ ଚଳଚଞ୍ଚଳ କରିଛନ୍ତି । ସବୁଦିନେ ପ୍ରାୟ ରାତି ସାଢେ ୧୨ଟାରେ ମୁଁ ଲୋକସେବା ଭବନରୁ ଘରକୁ ଯାଉଛି । ରାତି ୩ଟାରେ ଶୋଇ ସକାଳୁ ଉଠିବାରେ ସମସ୍ୟା ହେଉଛି । ମାତ୍ର ଲୋକଙ୍କ ଦୁଃଖ ଶୁଣିବା ପାଇଁ ସମୟ ବାହାର କରିପାରୁଥିବାରୁ ନିଜକୁ ଖୁସି ଲାଗୁଛି । ଏବେସୁଦ୍ଧା ୫୬୦୦ ଅଭିଯୋଗ ଶୁଣାଣି କରିଛି । ଏଥିରୁ ୨୩ପ୍ରତିଶତ ସମାଧାନ ହୋଇଛି ଓ ଏହି ହାରକୁ ୫୦ ପ୍ରତିଶତ କରିବା ପାଇଁ ପ୍ରୟାସ ଚାଲିଛି । ପ୍ରଥମଦିନ ଅଭିଯୋଗ ଶୁଣାଣିବେଳେ ଆମେ ସମସ୍ତେ ମଧ୍ୟାହ୍ନଭୋଜନ ସଂଧ୍ୟା ୫ଟାରେ କରିଥିଲୁ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri