ଚୂନ ମାରି ଲୁଟୁଛନ୍ତି ଅଧିକାରୀ, ଠିକାଦାର

ମାଲକାନଗିରି,୧୮।୪ (ଡି.ଏନ.ଏ.): ଖରା ଦିନ ଆସିଲେ ମାଲକାନଗିରି ଜିଲାରେ ଜଳ କଷ୍ଟ ବଢିଥାଏ। ଜିଲାରେ ସବୁ ବର୍ଷ ଜଳ କଷ୍ଟ ଦେଖାଦେଉଥିବା ବେଳେ ଏହା ଦୂର କରିବା ବାହାନରେ ଅଚଳ ପାନୀୟ ଜଳ ପ୍ରକଳ୍ପରେ ଚୂନ ମାରି ଅର୍ଥ ଲୁଟ କରାଯାଉଛି। ମାଲକାନଗିରି ସଦର ମହକୁମା ନିକଟସ୍ଥ ଏମଭି-୩ ଗ୍ରାମରେ ଏପରି ଦେଖିବାକୁ ମିଳିଛି। ଏହି ଗ୍ରାମରେ ପାଇପ ଯୋଗେ ଜଳ ଯୋଗାଣ ଲାଗି ହୋଇଥିବା ପ୍ରକଳ୍ପ ଆରମ୍ଭରୁ ହିଁ ଅଚଳ ହୋଇପଡିଛି। ନିକଟରେ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜଳକଷ୍ଟ ଦୂର ଆଳରେ ଏହି ଅଚଳ ପ୍ରକଳ୍ପରେ କେବଳ ରଙ୍ଗ ମାରି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଅଧିକାରୀ, ଯନ୍ତ୍ରୀ ଓ ଠିକାଦାର ଲୁଟି ନେଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏମଭି-୩ ଗ୍ରାମଠାରୁ କିଛି କିଲୋମିଟର ଦୂରରେ ରହିଛି ଏମଭି ୧୩ ଗ୍ରାମ। ଏଠାରେ ମଧ୍ୟ ହୋଇଥିବା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ହେଲା ଅଚଳ ହୋଇ ପଡିରହିଛି। ଏଠାରେ ମଧ୍ୟ ପମ୍ପ ହାଉସ ଓ ପାଣି ଟାଙ୍କିରେ ଚୁନ ମାରି ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ଜିଲାରେ ଜଳ କଷ୍ଟ ଦୂର ଲାଗି ରାଜ୍ୟ ସରକାର ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଏପରି ପାନୀୟ ଜଳ ପ୍ରକଳ୍ପ କରୁଥିବା ବେଳେ ସ୍ଥାନୀୟ ଅଧିକାରୀ ମାନେ ଏହି ପ୍ରକଳ୍ପଗୁଡିକ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ନ ଦେଇ ଅଚଳ ପ୍ରକଳ୍ପରେ ଚୂନ ମାରି ଟଙ୍କା ହାତେଇବାରେ ଲାଗିଛନ୍ତି। ସୂଚନାଯୋଗ୍ୟ, ମାଲକାନଗିରି ଜିଲାରେ ପାନୀୟ ଜଳ ସମସ୍ୟା ଦୂର ପାଇଁ ସରକାର ୩୬୪ଟି ପାଇପ ଯୋଗେ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକାରୀ କରୁଛନ୍ତି। ସେଥିରୁ ୪୫ଟି ପ୍ରକଳ୍ପ ଅଚଳ ଥିବା ଜଣାପଡିଛି। ଅନେକ ସ୍ଥାନରେ କାର୍ଯ୍ୟକ୍ଷମ ପ୍ରକଳ୍ପଗୁଡିକ ମଧ୍ୟ ଗ୍ରାମବାସୀଙ୍କ ପାନୀୟ ଜଳ ଆବଶ୍ୟକତା ପୂରଣ କରିବାରେ ବିଫଳ ହୋଇଛି। ଏ ସମ୍ପର୍କରେ କୋରକୋଣ୍ଡା ବିଡିଓଙ୍କୁ ପଚାରିବାକୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ଗୋଟିଏ ପରିବାରର ୫ଜଣଙ୍କୁ ହତ୍ୟା କଲେ ଗ୍ରାମବାସୀ, ଗୁଣି ଗାରେଡିକୁ ନେଇ…

ମାଲକାନଗିରି,୧୫ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡର ସୁକ୍‌ମା ଜିଲାରେ ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ଗ୍ରାମବାସୀ ହତ୍ୟା କରିଛନ୍ତି । ମୃତକଙ୍କ ମଧ୍ୟରେ ୩...

ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ...

ସଂଗଠନରେ ବିଦ୍ରୋହ, ସାଥୀ ମାଓବାଦୀଙ୍କୁ ହତ୍ୟା

ମାଲକାନଗିରି, ୯ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ବିଦ୍ରୋହ ଦେଖାଦେଇଛି। ପୋଲିସ ସୂଚନାଦାତା ସନ୍ଦେହରେ କାଙ୍କେର ଜିଲା ପରତାପୁରରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ତେଲୁଗୁ କ୍ୟାଡର...

ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି।...

ପ୍ରବଳ ବର୍ଷା: ବାହ୍ୟ ଜଗତରୁ ବିଚ୍ଛିନ୍ନ ମାଲକାନଗିରି

ମାଲକାନଗିରି,୯ା୯(ଦୁର୍ଯ୍ୟୋଧନ ପାତ୍ର): ଦୁଇଦିନ ଧରି ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ପ୍ରାୟ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଥିବା ଦେଖିବାକୁ ମିଳିଛି।...

୫୦୦ରୁ ଊର୍ଦ୍ଧ୍ୱ କଇଁଛ ଜବତ, ୪ ଗିରଫ

ମାଲକାନଗିରି,୫।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ବନ ବିଭାଗ ଦ୍ୱାରା ବୁଧବାର ସକାଳେ ୫୦୦ରୁ ଊର୍ଦ୍ଧ୍ୱ ଜୀବନ୍ତ କଇଁଛ ଜବତ ହୋଇଛି।...

ଗୁଳି ବିନିମୟରେ ୯ ମାଓବାଦୀ ମୃତ: ୫ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୩ା୯(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ଜଣେ ମହିଳାଙ୍କ ସମେତ ୫ ମାଓବାଦୀ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମେହେତା ଆର୍‌ପିସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri