ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ

ଭୁବନେଶ୍ୱର,୧୯।୧: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି)କୁ ଜାତୀୟସ୍ତରରେ ସମ୍ମାନିତ ସହ ପୁରସ୍କୃତ ମଧ୍ୟ କରାଯାଇଛି। ବିଶେଷକରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ ହୋଇଛି। ଏପରିକି ପୂର୍ବ ଭାରତରେ ବ୍ୟାଙ୍କ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସର୍ବାଧିକ ଋଣ ବଣ୍ଟନକରି ପୂର୍ବ ଭାରତର ଶ୍ରେଷ୍ଠ ବ୍ୟାଙ୍କ ଭାବେ ନିକଟରେ ସମ୍ମାନିତ ହୋଇଛି। ଏହି ପରିପ୍ରେକ୍ଷୀରେ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ବ୍ୟାଙ୍କର ଅଧ୍ୟକ୍ଷ ଋଷି ସିଂହ ଅତିରିକ୍ତ ସଚିବ (ସେକ୍ରେଟାରି) ଡେ.ଏନ୍‌.ଆର.ଏଲ୍‌.ଏମ୍‌. ଚରଣଜିତ ସିଂହଙ୍କ ଠାରୁ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଉଲ୍ଲେଖଯୋଗ୍ୟ,୨୦୨୨-୨୩ ଆର୍ଥିକ ବର୍ଷରେ ବ୍ୟାଙ୍କ ୮୧,୦୦୦ ରୁ ଊର୍ଦ୍ଧ୍ୱ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରାୟ ୨,୩୨୦ କୋଟି ଟଙ୍କାର ଋଣ ପ୍ରଦାନ କରିଥିଲାବେଳେ ୮ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ବ୍ୟାଙ୍କ ସହଯୋଗ (ଉପକୃତ) କରିପାରିଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ବ୍ୟାଙ୍କ ୫୪,୦୦୦ରୁ ଉର୍ଦ୍ଧ୍ୱ ମହିଳା ସ୍ବୟଂସହାୟକ ଗୋଷ୍ଠୀଙ୍କୁ ପ୍ରାୟ ୧,୬୯୬କୋଟି ଟଙ୍କାର ଋଣ ପ୍ରଦାନ କରିଛି। ଅପରପକ୍ଷରେ ଓଜିବି କିଛିଦିନ ତଳେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ ନିମନ୍ତେ ଓଡ଼ିଶାରେ ଶ୍ରେଷ୍ଠ ବ୍ୟାଙ୍କ ଭାବେ ବିବେଚିତ ହୋଇ ମୁଖ୍ୟମନ୍ତ୍ରୀଙ୍କଠାରୁ ମଧ୍ୟ ପୁରସ୍କାର ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri