ଚିକିତ୍ସା ନ କରି ବୃଦ୍ଧାଙ୍କୁ ଜଙ୍ଗଲରେ ଛାଡ଼ି ଦେଲେ

ବରଗଡ଼ ଅଫିସ୍‌,୧୯।୯: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ଖରମୁଣ୍ଡା ପଞ୍ଚାୟତ ଘନଘଟି ଗ୍ରାମର ଜଣେ ବୃଦ୍ଧାଙ୍କୁ ଚିକିତ୍ସା ନ କରି ପରିବାର ଲୋକେ ଜଙ୍ଗଲରେ ଛାଡ଼ିଦେବା ଘଟଣା ଶନିବାର ସାମ୍ନାକୁ ଆସିଛି।

ସୂଚନା ଅନୁଯାୟୀ, ବୃଦ୍ଧା ଜଣକ ବାର୍ଦ୍ଧକ୍ୟଜନିତ ଅସୁସ୍ଥତାରେ ଥିଲେ । ତାଙ୍କ ମୁଣ୍ଡରେ ଘା ହୋଇଥିବା ବେଳେ ହାତରେ ଧଳାଦାଗ ଥିଲା । ତେଣୁ ସେ ସାମାଜିକ ବାସନ୍ଦର ସମ୍ମୁଖୀନ ହୋଇଥିଲେ । ପରିବାର ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ବୃଦ୍ଧାଙ୍କୁ ବାରପାହାଡ଼ ଜଙ୍ଗଲରେ ଏକ ପଲିଥିନ କୁଡ଼ିଆ କରି ଛାଡ଼ି ଦେଇଥିଲେ। ଖବର ପାଇ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର କିଛି ସଦସ୍ୟ ସେଠାକୁ ପହଞ୍ଚିଥିଲେ। ଆମ୍ବୁଲାନ୍ସ ନ ଯିବାରୁ ଷ୍ଟ୍ରେଚରରେ ବୋହି ବୃଦ୍ଧାଙ୍କୁ ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲ। ଏଭଳି ଘଟଣା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri