ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ। ବିଜେଡିରେ ଯୋଗ ଦେବା ପରେ ବର୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଜଣେ ଅପ୍ରତିଦ୍ୱନ୍ଦ୍ୱୀ ନେତା ବୋଲି ସେ କହିଛନ୍ତି। ସେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇନ୍ତି।
ଗତ ନିର୍ବାଚନରେ ବର୍ଷା ବିଜେଡିର ଷ୍ଟାର କ୍ୟାମ୍ପନର୍‌ ଥିଲେ। ଯଦିଓ ସେ ଦଳରେ ଯୋଗ ଦେଇ ନ ଥିଲେ କିନ୍ତୁ ସେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଣେ ବଡ ସମର୍ଥକ ଭାବେ ଜଣାଶୁଣା। ନିକଟରେ ବର୍ଷାଙ୍କ ପୂର୍ବତନ ସ୍ବାମୀ ଅନୁଭବ ମହାନ୍ତି ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି।

Share