ବୁଧବାର ଓଡ଼ିଶା ଆସିବେ ଅଲିମ୍ପିକ୍ସ ପଦକ ବିଜେତା ହକି ଟିମ: ଦିଆଯିବ ପୁରସ୍କାର ରାଶି

ଭୁବନେଶ୍ୱର,୨୦।୮: ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍‌ ବୁଧବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ହକି ଦଳ ଆସିବା ନେଇ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା ଦେଇଛନ୍ତି। ଦିନ ସାଢ଼େ ୧୨ଟାରେ ବିମାନ ବନ୍ଦରରେ ପହଞ୍ଚିବେ ଭାରତୀୟ ହକି ଟିମ। ପରେ ଏୟାରପୋର୍ଟରୁ କଳିଙ୍ଗ ଷ୍ଟାଡ଼ିୟମ ଯାଏଁ ଶୋଭାଯାତ୍ରା ଆୟୋଜନ କରାଯାଇଛି। କଳିଙ୍ଗ ଷ୍ଟାଡ଼ିୟମରେ ଭାରତୀୟ ଟିମ୍‌କୁ ସମ୍ବର୍ଦ୍ଧନା ଓ ଘୋଷିତ ପୁରସ୍କାର ରାଶି ଦିଆଯିବ।
ବ୍ରୋଞ୍ଜ ବିଜେତା ଭାରତୀୟ ହକି ଦଳ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁରସ୍କାର ଘୋଷଣା କରିଥିଲେ। ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ମିଳିବ କୁହାଯାଇଥିଲା। ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ ୪ କୋଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଅମିତଙ୍କୁ ଏହା ପୂର୍ବରୁ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଏହାର ସମୃଦ୍ଧ ଇତିହାସ ପୃଷ୍ଠାରେ ଏକ ନୂଆ ଫର୍ଦ୍ଦ ସଂଯୋଗ କରିଛି। ଟୋକିଓ ପରେ ପ୍ୟାରିସରେ ଅର୍ଥାତ୍ କ୍ରମାଗତ ୨ଟି ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତି ଭାରତୀୟ ଦଳ ୫୨ ବର୍ଷର ପୁରୁଣା ସ୍ମୃତିକୁ ତାଜା କରିଛି। ୮ ଥର ସ୍ବର୍ଣ୍ଣ ପଦକ ବିଜେତା ଭାରତ ଏହା ପୂର୍ବରୁ ଶେଷଥର ପାଇଁ ୧୯୬୮ ଓ ୧୯୭୨ କ୍ରମାଗତ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲା। ଏହାପରେ ଥରେ ସ୍ବର୍ଣ୍ଣ ପଦକ ମଧ୍ୟ ଜିତିଛି ଟିମ ଇଣ୍ଡିଆ।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri