ଖୁବ୍‌ଶୀଘ୍ର ବଜାରକୁ ଆସିବ ଓମ୍‌ଫେଡ୍‌ ଚକୋଲେଟ୍‌, ପାଣି ବୋତଲ

ଭୁବନେଶ୍ୱର,୧୦ା୪(ଅନୁରାଧା ମହାରଣା): ଓଡ଼ିଶା ଷ୍ଟେଟ୍‌ କୋଅପରେଟିଭ୍‌ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ (ଓମ୍‌ଫେଡ୍‌) ପ୍ରସ୍ତୁତ ଚକୋଲେଟ ଖୁବ୍‌ଶୀଘ୍ର ବଜାର ପ୍ରବେଶ କରିବ। ଏନେଇ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି। ନ୍ୟାଶନାଲ ଡେଏରି ଡେଭଲପ୍‌ମେଣ୍ଟ ବୋର୍ଡ ପକ୍ଷରୁ ଏହାର ପ୍ରୋଜେକ୍ଟ ଡିଜାଇନ କରାଯାଇଛି। କ୍ୟାପିଟାଲ ଇନ୍‌ଭେଷ୍ଟମେଣ୍ଟ ପାଇଁ ଡିଟେଲ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର) ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯାଇଛି। ଓମଫେଡ୍‌ ପାଣି ବୋତଲ ମଧ୍ୟ ବିକ୍ରି କରିବାକୁ ଯୋଜନା ରହିଛି। ଆସନ୍ତା ୪ ମାସ ଭିତରେ ଓମଫେଡ୍‌ ବଜାରରେ ପାଣି ବିକ୍ରି ଆରମ୍ଭ କରିପାରେ। ସେହିପରି ବୁଧବାର ଅରିଲୋସ୍ଥିତ ଓମଫେଡ୍‌ ପ୍ଲାଣ୍ଟ ପରିଦର୍ଶନରେ ଯାଇଥିବା ଗଣମାଧ୍ୟମର ୩୦ରୁ ଅଧିକ ପ୍ରତିନିଧିଙ୍କ ସହ ପ୍ଲାଣ୍ଟ ମ୍ୟାନେଜର କାର୍ତ୍ତିକ ପାଲ୍‌ ଓମଫେଡର ଦୁଗ୍ଧ ପ୍ରକ୍ରିୟାକରଣ, ଉପତ୍ାଦ ଓ ଉପତ୍ାଦନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କରିଥିଲେ। ଏବେ ଓମଫେଡ ଦୈନିକ ୫ ଲକ୍ଷ ୧୪ ହଜାର ଲିଟର ଦୁଗ୍ଧ ସଂଗ୍ରହ କରୁଛି। ସେଥିରେ ଦେଶୀ ବା ବିଞ୍ଝାରପୁରୀ ଗାଈ କ୍ଷୀର ହେଉଛି ୨୫୦୦ ଲିଟର। ବର୍ତ୍ତମାନ ଓମଫେଡ୍‌ ପକ୍ଷରୁ ବିଭିନ୍ନ ପ୍ରକାରର କ୍ଷୀର, ଘିଅ, ଦହି, ଲସି, ଖୁଆ, ପେଡ଼ା, ଲହୁଣୀ, ପନିର, ମିଠା ଦହି, ମିଲ୍‌କ ପାଉଡର ଆଦି ଉପତ୍ାଦ ପ୍ରସ୍ତୁତ କରାଯାଉଛି। ଅତ୍ୟାଧୁନିକ ଯନ୍ତ୍ରାଂଶ ଓ ପ୍ରଣାଳୀରେ ଏହି ସବୁ ଉପତ୍ାଦ ପ୍ରସ୍ତୁତ କରାଯାଉଥିବାବେଳେ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କର୍ମନିଯୁକ୍ତି ସମ୍ଭବ ହୋଇପାରିଛି। ଏହାବ୍ୟତୀତ ବର୍ଷକ ଭିତରେ ଓମ୍‌ଫେଡ ୧୦ ଲକ୍ଷ ଲିଟର ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବା ନେଇ ଯୋଜନା ପ୍ରସ୍ତୁତ କରିଛି। ଘିଅ ଉତ୍ପାଦନ ବୃଦ୍ଧି ପାଇଁ ଆଗାମୀ ଦିନରେ ଓମଫେଡ ଯୋଜନା ରଖିଛି। ମାସକୁ ଓମଫେଡ ୧୨୦ ଟନ୍‌ ଘିଅ ଉତ୍ପାଦନ କରୁଛି। ରାଜ୍ୟର ପ୍ରମୁଖ ମନ୍ଦିରରେ ଏହି ଘିଅ ବ୍ୟବହାର କରାଯାଉଥିବାବେଳେ ଦିଲ୍ଲୀ ହଜଖାସ୍‌ ଜଗନ୍ନାଥ ମନ୍ଦିର ସହ ଆଖପାଖର ଜଗନ୍ନାଥ ମନ୍ଦିରକୁ ମଧ୍ୟ ଓମଫେଡ୍‌ ଘିଅ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri