ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମ୍‌ଫେଡ ଘିଅ

ପୁରୀ, ୧୬ା୧୦(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମଧ୍ୟରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ଥିର ହୋଇଛି। ତେବେ ଏଥିରେ ସହଯୋଗ କରିବାକୁ ଓମ୍‌ଫେଡ୍‌କୁ ଅନୁରୋଧ କରାଯାଇଛି। ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ମଧ୍ୟ ଏକ ସ୍ବତନ୍ତ୍ର ଡିପୋ ଖୋଲିବା ଲାଗି ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପଠାଇଥିବା ପତ୍ରରେ ଲେଖିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମ୍‌ଫେଡ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। ଏନେଇ ସମ୍ପୃକ୍ତ ନିଯୋଗଗୁଡ଼ିକ ସହ ଆଲୋଚନା ହୋଇଥିବାବେଳେ ସହମତି ପ୍ରକାଶ ପାଇଛି। ତେଣୁ ଶ୍ରୀମନ୍ଦିରରେ ଓମ୍‌ଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ଯଥେଷ୍ଟ ଘିଅ ମହଜୁଦ ରଖିବାକୁ ପଦକ୍ଷେପ ଗ୍ରହଣ କରାଯାଉ। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମିଶ୍ରିତ ଘିଅ ବ୍ୟବହାରକୁ ରୋକାଯାଇ ପାରିବ। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି।
ଶ୍ରୀମନ୍ଦିର ମଧ୍ୟକୁ ଓମ୍‌ଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇଦିଆଯାଇଛି। ଏଥିସହ ବରିଷ୍ଠ ସୁପରଭାଇଜର ଓ ଶ୍ରୀମନ୍ଦିର ସୁରକ୍ଷା ପରିଚାଳନା ଦାୟିତ୍ୱରେ ଥିବା କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ। ଅନ୍ୟକିଛି ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ୫୮ ୟୁନିଟ୍‌ ରକ୍ତ ସଂଗ୍ରହ କଲେ ଦଳୀୟ କର୍ମୀ

ଦାରିଙ୍ଗବାଡ଼ି,୧୬ା୧୦(ଅରୁଣ ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଦାରିଙ୍ଗବାଡ଼ି ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା,...

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri