୨୮ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ପହଞ୍ଚିଲା ଓମିକ୍ରନ୍‌…

ନୂଆଦିଲ୍ଲୀ, ୧୧।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬୧ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪୭ ରହିଛି।

ରାଜସ୍ଥାନରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫ ରେ ପହଞ୍ଚିଛି। ଦିଲ୍ଲୀରେ ୫୪୬, କର୍ନାଟକରେ ୪୭୯, କେରଳରେ ୩୫୦, ଉତ୍ତରପ୍ରଦେଶରେ ୨୭୫, ଗୁଜରାଟରେ ୨୩୬, ତାମିଲନାଡୁରେ ୧୮୫, ତେଲେଙ୍ଗାନାରେ ୧୨୩, ହରିୟାଣାରେ ୧୨୩, ଓଡ଼ିଶାରେ ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆନ୍ଧ୍ରପ୍ରଦେଶରେ ୨୮, ପଶ୍ଚିମବଙ୍ଗରେ ୨୭, ପଞ୍ଜାବରେ ୨୭, ବିହାରରେ ୨୭, ଗୋଆରେ ୨୧, ମଧ୍ୟପ୍ରଦେଶରେ ୧୦, ଆସାମରେ ୯, ଉତ୍ତରାଖଣ୍ଡରେ ୮, ମେଘାଳୟ ୫, ଜମ୍ମୁ-କଶ୍ମୀରରେ ୪, ଚଣ୍ଡିଗଡ଼ରେ ୩, ଆଣ୍ଡାମାନ ନିକୋବରରେ ୩, ପୁଡୁଚେରୀରେ ୨,ହିମାଚଳପ୍ରଦେଶରେ ୧, ଲଦାଖରେ ୧, ଛତିଶଗଡ଼ରେ ୧ ଏବଂ ମଣିପୁରରେ ୧ ଜଣଙ୍କୁ ଚିହ୍ନଟ କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୧,୭୧୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୨,୭୫୦ ଜଣ ଚିକିତ୍ସିତ ହେଉଛନ୍ତି।

Share