ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନ ବିଜେଡି ମହାସମାରୋହରେ ପାଳନ କରୁଛି । ଏ ନେଇ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ସ୍ଥାନୀୟ ଶ୍ରୀ ଗୌରୀ ଶଙ୍କର ମନ୍ଦିର ପ୍ରାଙ୍ଗଣରେ ଛତ୍ରପୁରର ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏକ ସମୁହ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେଡି ନେତା ପ୍ରଶାନ୍ତ କୁମାର କର, ଛତ୍ରପୁର ନଗର ବିଜେଡି ସଭାପତି ବି.ରାଜୁବାବୁ, ଯୁବ ବିଜେଡି ଗଞ୍ଜାମ ଜିଲା ସଭାପତି ଭବାନୀକାନ୍ତ ସାହୁ, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀ ସଭାପତି ସନମୁଖ ପଟ୍ଟନାୟକ, ଯୁବ ବିଜେଡି ଛତ୍ରପୁର ସଭାପତି ଟି. ଚନ୍ଦ୍ର ଶେଖର ରାଓ, ଯୁବ ବିଜେଡି ଛତ୍ରପୁର ବ୍ଲକ ସଭାପତି କାଳିଆ ନାହାକ ପ୍ରମୁଖ ଯୋଗଦେଇଥିଲେ।

Share