୧୧ରେ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା

ଭବାନୀପାଟଣା,୧୩ା୯(ଉତ୍ତମ କୁମାର ଦାଶ):ଅକ୍ଟୋବର ୧୧ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଅନୁଷ୍ଠିତ ହେବ। ଉତ୍ସବ ପାଳନ ପାଇଁ ଗୁରୁବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ପାୱାର ସଚିନ ପ୍ରକାଶ ଅଧ୍ୟକ୍ଷତା କରିଥିଲେ। ଯାତ୍ରା କିପରି ଶାନ୍ତିଶୃଙ୍ଖଳାର ସହ ପାଳନ ହେବ ସେଥିପାଇଁ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ବୈଠକରେ ଏମ୍‌ପି ମାଳବିକା କେଶରୀ ଦେବୀ ଯୋଗଦେଇ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ଭାଇଚାରା ସମ୍ପର୍କ ରଖି ସମସ୍ତେ ସହଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ। ବୈଠକରେ ନିଷ୍ପତ୍ତି ଅନୁଯାୟୀ ଅକ୍ଟୋବର ୧୧ରେ ଛତର ଯାତ୍ରା ଅନୁଷ୍ଠିତ ହେବ ଓ ୧୨ରେ ବିଜୟା ଦଶମୀ ଉପଲକ୍ଷେ ଅପରାହ୍ନ ୪ଟାରୁ ୬ଟା ମଧ୍ୟରେ ଲାଖ ବିନ୍ଧା କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି। ଅକ୍ଟୋବର ୧୦ ତାରିଖ ମହାଷ୍ଟମୀ ରାତିରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇ ୧୧ରେ ଜେନାଖାଲଠାରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଉପସ୍ଥିତି ତଥା ଜିଲା ପ୍ରଶାସନ, ପୋଲିସ ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଛତର ଯାତ୍ରା ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁ କିପରି ମା’ଙ୍କ ଦର୍ଶନ କରିପାରିବେ ଓ ଠିକ୍‌ ସମୟରେ ମା’ଙ୍କ ଛତର ମନ୍ଦିରରେ ପହଞ୍ଚତ୍ବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ ସହରରେ ରାସ୍ତା ମରାମତି, ପାନୀୟ ଜଳ ସୁବିଧା, ବିଦ୍ୟୁତ୍‌ ସରବରାହ, ସ୍ବାସ୍ଥ୍ୟସେବା, ରାସ୍ତାଘାଟ ସଫାସୁତୁରା, ଅବକାରୀ ବିଭାଗ ଦ୍ୱାରା ମଦ ଦୋକାନ ବନ୍ଦ ରଖିବା, ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ସୂଚନା କେନ୍ଦ୍ର ଖୋଲାଯିବା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ଅତିରିକ୍ତ ଜିଲାପାଳ (ରାଜସ୍ବ) ତ୍ରିଲୋଚନ ପାତ୍ର, ଧର୍ମଗଡ଼ ଉପଜିଲାପାଳ ଧିମାନ ଚକମା, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲା ଅବକାରୀ ଅଧୀକ୍ଷକ ରଞ୍ଜନ ନାଏକ, ପୌରପାଳିକା ନିର୍ବାହୀ ଅଧିକାରୀ ସତ୍ୟସମ୍ପର୍ଣ୍ଣା ରାଉତ, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଡେପୁଟି କଲେକ୍ଟର ମମତା ଦାସଙ୍କ ସମେତ ବରିଷ୍ଠ ନାଗରିକ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ

ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri