ଉପକୂଳରେ ଜାରି ରହିଛି ଲଘୁଚାପ ବର୍ଷା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନାନୁଯାୟୀ, ଲଘୁଚାପ ପ୍ରଭାବରେ ଆଜି ୬ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲାଗୁଡ଼ିକ ହେଲା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ ଓ ସମ୍ବଲପୁର।

Share