ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୁରୀରେ ଉପମୁଖ୍ୟମନ୍ତ୍ରୀ-ଆଇନ ମନ୍ତ୍ରୀ, ଆହତ ସେବାୟତଙ୍କୁ ଭେଟିଲେ…

ପୁରୀ ଅଫିସ, ୯।୭: ଆଡପ ମଣ୍ଡପକୁ ବିଜେ ଲାଗି ପହଣ୍ଡି ହେଉଥିବା ବେଳେ ଘଟିଛି ବଡ଼ ଅଘଟଣ। ବଡ଼ ଠାକୁର ବଳଭଦ୍ର ଚାରମାଳ ଉପରେ ଖସିପଡ଼ିବାରୁ ୭ଜଣ ସେବାୟତ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଗସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୃଥ୍ବୀରାଜ ହରିଚନ୍ଦନ। ସେମାନେ ପୁରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଆହତ ସେବାୟତଙ୍କୁ ଭେଟିବା ସହ ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ସୂଚନାଥାଉ କି, ମଙ୍ଗଳବାର ଜନ୍ମବେଦୀକୁ ଆଡପ ବିଜେବେଳେ ପୁରୀରେ ଘଟିଛି ବଡ଼ ଅଘଟଣ । ପହଣ୍ଡି ବେଳେ ତଳକୁ ଖସି ପଡିଛନ୍ତି ମହାପ୍ରଭୁ ବଳଭଦ୍ର । ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ। ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ, ଏହା ସମ୍ଭବ ହୋଇ ନ ଥିଲା। ରଥ ଉପରୁ ସେବାୟତଙ୍କ ଗୋଡ ଖସିବାରୁ ଏପରି ଅଘଟଣ ଘଟିଛି । ବଡ଼ ଠାକୁର ତଳକୁ ଖସିବାରୁ ତଳେ ଚାପି ହୋଇ ୭ ଜଣ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri