ଏହିଦିନ ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ, ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ…

ପୁରୀ,୨୦।୮: ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ। ଆସନ୍ତା ୨୩ରେ ଅର୍ଥାତ୍‌ ଶୁକ୍ରବାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ ହେବ ଖାଲି ଆଲମିରା ଓ ସିନ୍ଦୁକ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ।

ଶୁକବ୍ରାର ମଧ୍ୟାହ୍ନ ୧ଟାରୁ ଏହି ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ମହାପ୍ରସାଦ କିଣିିବାକୁ ଇଚ୍ଛୁକ ଭକ୍ତ ସିଂହଦାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରକୁ ଯାଇପାରିବେ । ସୂଚନାଥାଉ କି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri