ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, ୮।୮(ଅଜିତ ମହାନ୍ତି): ବୁଧବାର ୯ ତାରିଖ ଦିନ ଶ୍ରାବଣ ମଳ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ବନକଲାଗି ନୀତି ହେବ। ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଆରମ୍ଭ ହେବ । ଆପାତତଃ ସା ୬ ଟା ରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

Share