ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୪କୁ ବୃଦ୍ଧି ପାଇଛି। କେବଳ ବାଲେଶ୍ୱରରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।