ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ ଅଞ୍ଚଳର ବୋଲି
ଜଣାପଡ଼ିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୯୫୧ରେ ପହଞ୍ଚିଥିବା ବେଳେ ୩୧,୬୦୪ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୭୮ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୮ ଜଣଙ୍କ ମୃତ୍ୟୁ ହୋଇଛି।

Share