ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ଏହାର ବିଚାର କରି ବିଚାରପତି ସିଦ୍ଧାର୍ଥ ବର୍ମା ଏବଂ ଅଜିତ୍ କୁମାରଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ମୃତ କର୍ମଚାରୀଙ୍କ ପରିବାରକୁ ଏକ କୋଟି ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦିଆଯିବା ଆବଶ୍ୟକ। ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପରିମାଣ କମ୍ ରହିଛି। ତେଣୁ ଏହାକୁ ବୃଦ୍ଧି କରାଯିବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି।