ଦିନିକିଆ ବାୟୋମେଡିକାଲ ଆଣ୍ଡ ରିସର୍ଚ୍ଚ ଓ୍ବାର୍କଶପ

ଭୁବନେଶ୍ୱର,୨୩।୭ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ସରକାରୀ ପ୍ରତିଷ୍ଠାନ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ବା ପିଆର୍‌ଏମ୍‌ଏମ୍‌ସିଏଚ୍‌ ବାରିପଦା ଏବଂ ଆଇସିଏମ୍‌ଆର୍‌୍‌-ଆର୍‌ଏମ୍‌ଆର୍‌ସି ଭୁବନେଶ୍ୱରର ମିଳିତ ସହଭାଗିତାରେ ଏକ ଦିନିକିଆ କର୍ମଶାଳା ‘ଜୈବ ଚିକତ୍ସା ଏବଂ ସ୍ବାସ୍ଥ୍ୟ ଗବେଷଣା’ ଶୀର୍ଷକ ଆଲୋଚନା ଚକ୍ର ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ପିଆର୍‌ଏମ୍‌ଏମ୍‌ସିଏଚ୍‌ର ଡିନ୍‌ ପ୍ରଫେସର ଡା. ପ୍ରତିଭା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମକୁ ହସ୍ପିଟାଲର ଫାର୍ମାକୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡା. ପ୍ରୀତି ଦାସ ଏବଂ ସର୍ଜରି ବିଭାଗର ମୁଖ୍ୟ ଡା. ଏଲ୍‌. ଭି. ଗୌରୀ ପ୍ରମୁଖ ସହଯୋଗ କରିଥିଲେ। ଏତଦ୍‌ବ୍ୟତୀତ ଆଇସିଏମଆର୍‌-ଆରଏମ୍‌ଆର୍‌ସି ଭୁବନେଶ୍ୱରର ଡା. ସିଦ୍ଧାର୍ଥ ଗିରି ଓ ଡା. ଜୟା ସିଂହ ଖତ୍ରିଙ୍କ ସମେତ ଏମ୍ସ ଭୁବନେଶ୍ୱରର ଡା. ଅରବିନ୍ଦ କୁମାର ଏବଂ ପିଆରଏମ୍‌ଏମ୍‌ସିଏଚର ପ୍ରଫେସର ଡା. ପ୍ରୀତି ଦାସ ପ୍ରମୁଖ ଜୈବ ଚିକିତ୍ସା ଓ ଗବେଷଣା ତଥା ଔଷଧ ଏବଂ ଚିକିତ୍ସାଳୟ ପରୀକ୍ଷଣ ନିୟମାବଳୀ ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ସେହିଭଳି ଏହି କର୍ମଶାଳା ପିଆର୍‌ଏମ୍‌ଏମସିଏଚ୍‌ର ଫାର୍ମାକୋଲୋଜି ଏବଂ ବହୁମୁଖୀ ଗବେଷଣା ବିଭାଗ ଦ୍ୱାରା ମିଳିତ ଭାବେ ଆୟୋଜନ କରାଯାଇଥିଲା। ଅପରପକ୍ଷରେ ପିଆର୍‌ଏମ୍‌ଏମସିଏଚ୍‌ର ଅଧୀକ୍ଷକ ପ୍ରଫେସର ଡା. ରବୀନ୍ଦ୍ର କୁମାର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ବିଭାଗୀୟ ମୁଖ୍ୟ ଏବଂ ଛାତ୍ରୀଛାତ୍ରଙ୍କ ସହ ଅନୁଷ୍ଠାନର ଛାତ୍ରୀଛାତ୍ର ଓ ଅନ୍ୟମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri