Advertisement

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୨୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୬ ହଜାର ୨୯୯ ରହିଛି।

ଗୋଟିଏ ଦିନ ତଳେ ଏହା ୧୬ ହଜାର ୪୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୫୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୨୫ ହଜାର ୭୬ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୪୩୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯ ହଜାର ୫୩୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୮୭୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୨ ଲକ୍ଷ ୬ ହଜାର ୯୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୫ ଲକ୍ଷ ୫୫ ହଜାର ୪୧ ଜଣ ସୁସ୍ଥ ହୋଇ ସାରିଛନ୍ତି।
ମହାରାଷ୍ଟ୍ର, କେରଳ, କର୍ନାଟକ, ଦିଲ୍ଲୀ, ହରିୟାଣା ଆଦି ୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share