ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ୭ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୦୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୮ ହଜାର ୪୬୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୬ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୯୨ ହଜାର ୨୮୧ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୭ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୫ ହଜାର ୪୩୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୨ କୋଟି ୯୩ ଲକ୍ଷ ୮୪ ହଜାର ୨୩୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୮୯ ଲକ୍ଷ ୫୬ ହଜାର ୭୮୪ ଜଣଙ୍କୁ ଟିକାଦାନ କରାଯାଇଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୧ ଲକ୍ଷ ୨୨ ହଜାର ୭୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share