ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ୧୫ ହଜାର ୨୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୩ ହଜାର ୭୭୬ ରହିଛି। ୨୫୦ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୩ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୬ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୬ କୋଟି ୮୫ ଲକ୍ଷ ୭୧ ହଜାର ୮୭୯ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୬ ଲକ୍ଷ ୮୩ ହଜାର ୫୮୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୭,୧୬୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଛନ୍ତି। ସେହିପରି ୧୬୭ ଜଣଙ୍କ ମୃତ୍ୟୁ ଘଟିଛି।

Share