ଦିନେ ଟ୍ରମ୍ପଙ୍କୁ ଘୃଣା କରୁଥିବା ଭାନ୍ସଙ୍କୁ ରନିଂ ମେଟ କହିଲେ ପୂର୍ବତନ ରାଷ୍ଟ୍ରପତି

ଓ୍ବାଶିଂଟନ,୧୬।୭: ଚଳିତ ବର୍ଷ ନଭେମ୍ବରରେ ଆମେରିକାରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଓହିଓ ସିନେଟର ଜେଡି ଭାନ୍ସ ମଧ୍ୟ ତାଙ୍କ ଭାଗ୍ୟ ପରୀକ୍ଷା କରିବେ। ରିପବ୍ଲିକାନ ନେତା ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେଡି ଭାନ୍ସଙ୍କୁ ତାଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଚୟନ କରିଛନ୍ତି। ୩୯ବର୍ଷୀୟ ଭାନ୍ସ ଭାରତୀୟ ମୂଳବାସିନ୍ଦା ଉଷା ଚିଲୁକୁରି ଭାନ୍ସଙ୍କୁ ବିବାହ କରିଛନ୍ତି। ଉଷା ଆନ୍ଧ୍ରପ୍ରଦେଶର ମୂଳ ବାସିନ୍ଦା।
ସୋମବାର ଟ୍ରମ୍ପ ତାଙ୍କ ଟ୍ରୁଥ ସୋସିଆଲ ନେଟୱାର୍କରେ ଲେଖିଛନ୍ତି, ‘ଦୀର୍ଘ ଦିନର ବିଚାର ବିମର୍ଷ ଏବଂ ମନ୍ଥନ ପରେ ମୁଁ ନିଷ୍ପତ୍ତି ନେଇଛି ଯେ ଆମେରିକାର ଉପରାଷ୍ଟ୍ରପତି ପଦ ଗ୍ରହଣ କରିବାକୁ ସବୁଠାରୁ ଉପଯୁକ୍ତ ବ୍ୟକ୍ତି ହେଉଛନ୍ତି ଓହିଓର ସିନେଟର ଜେଡି ଭାନ୍ସ।’ ସେ କହିଛନ୍ତି ଯେ ଅନ୍ୟମାନଙ୍କ ଅତୁଳନୀୟ ତାଙ୍କଠାରେ ପ୍ରତିଭା ଦେଖିବା ପରେ ଜେଡି ଭାନ୍ସଙ୍କ ନାମ ନିଶ୍ଚିତ ହୋଇଛି।
ସୂଚନାଯୋଗ୍ୟ, ପ୍ରାୟ ୮ବର୍ଷ ପୂର୍ବେ, ଯେତେବେଳେ ୨୦୧୬ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିଲା, ଜେଡି ଭାନ୍ସ ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ ସର୍ବସାଧାରଣରେ ରିପବ୍ଲିକାନ ନେତାଙ୍କୁ ମୂର୍ଖ ବୋଲି କହିଥିଲେ। ଏହି ସମୟରେ ତାଙ୍କୁ ଆଡଲଫ ହିଟଲରଙ୍କ ସହ ତୁଳନା କରାଯାଇଥିଲା। କିନ୍ତୁ ଆଜି ସମୟର ପରିବର୍ତ୍ତନ ହୋଇଛି, ଯେଉଁ ବ୍ୟକ୍ତି ଡୋନାଲ୍ଡ ଟ୍ରମ୍ପଙ୍କ ବିଷୟରେ ଖରାପ କଥା କହିବାରେ ପଛ ଘୁଞ୍ଚା ଦେଉ ନ ଥିଲେ, ସେ ଆଜି ତାଙ୍କର ରନିଂ ମେଟ ଅର୍ଥାତ୍‌ ଉପରାଷ୍ଟ୍ରପତି ପଦ ପାଇଁ ଦୌଡ଼ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ...

ଗୋଟିଏ ଦିନରେ ରେକର୍ଡ ଏତିକି ଟଙ୍କା ରୋଜଗାର କଲେ ଏଲନ ମସ୍କ: ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୫।୧୦: ଦୁନିଆର ସବୁଠାରୁ ଧନୀ ବିଲିୟନେୟାର ଏଲନ ମସ୍କର ନିଟ ମୂଲ୍ୟ ଗୋଟିଏ ଦିନରେ ୩୩.୫ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏବେ ତାଙ୍କ ସମ୍ପତ୍ତି...

ଶେଖ ହାସିନାଙ୍କ ପରେ ଏବେ ଏମିତି କରୁଛନ୍ତି ୟୁନୁସ ସରକାର, ଯାହାକୁ ନେଇ…

ଢାକା,୨୫।୧୦: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପରେ ମଧ୍ୟ ରାସ୍ତାରେ ଲୋକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ବର୍ତ୍ତମାନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ...

କମଲା ହାରିସଙ୍କୁ ପ୍ରଶଂସା କଲେ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥଶାସ୍ତ୍ରୀ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞଙ୍କ ସମର୍ଥନ ମିଳିଛି।...

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସଙ୍କୁ ଲାଗିଲା ବଡ ଝଟ୍‌କା, ବାଜି ମାରିଲେ ଟ୍ରମ୍ଫ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ବର୍ତ୍ତମାନ ଭୋଟ ପାଇଁ ମାତ୍ର ଦୁଇ ସପ୍ତାହ ବାକି ଅଛି। ଆମେରିକାର ଉଭୟ ଦଳ ନିର୍ବାଚନରେ ଜିତିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri