Categories: ଜାତୀୟ

କୋଲକାତା ଟ୍ରେନି ମହିଳା ଡାକ୍ତର ବଳାତ୍କାର ଘଟଣାକୁ ମାସେ ପୂରିଲା, ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବ ସିବିଆଇ

କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି। ଏନେଇ ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବ ସିବିଆଇ।

ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ଦର୍ଶାଯାଇଛି ଯେ, ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ଜେ.ବି ପର୍ଦିଓ୍ବାଲା ଏବଂ ମନୋଜ ମିଶ୍ରା ଆଜି ସକାଳ ୧୦.୩୦ରେ ଏହି ମାମଲାର ଶୁଣାଣି କରିବେ।

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହାର ଆବେଦନରେ ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ସହଯୋଗର ଅଭାବକୁ ଏକ ଗଭୀର ପ୍ରସଙ୍ଗର ସୂଚୀତ କରିଛି ଏବଂ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଏସ୍‌ଏଫ)କୁ ସମ୍ପୂର୍ଣ୍ଣ ସହାୟତା ପ୍ରଦାନ କରିବାକୁ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଇଚ୍ଛାକୃତ ଭାବେ ପାଳନ ନ କରିବା ଦର୍ଶାଇ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ବିରୋଧରେ ଅବମାନନା ପ୍ରକ୍ରିୟା ଆରମ୍ଭ କରିବାକୁ କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଛନ୍ତି।

ଅଗଷ୍ଟ ୨୨ରେ ସୁପ୍ରିମକୋର୍ଟ ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବଳାତ୍କାର ଓ ହତ୍ୟା କରାଯାଇଥିବା ଜଣେ ତାଲିମପ୍ରାପ୍ତ ମହିଳା ଡାକ୍ତରଙ୍କ ଅସ୍ବାଭାବିକ ମୃତ୍ୟୁ ପଞ୍ଜୀକରଣ କରିବାରେ କୋଲକାତା ପୋଲିସର ବିଳମ୍ବକୁ ଅତ୍ୟନ୍ତ ବିବ୍ରତ ବୋଲି କହିଥିଲେ।

ସୂଚନାଯୋଗ୍ୟ, ଅଗଷ୍ଟ ୯ରେ କୋଲକାତାର ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲ ଭିତରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଏହି ଅପରାଧ ପାଇଁ ପୋଲିସ ସଞ୍ଜୟ ରାୟ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି।

Share