ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା

ପାଟଣା,୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେତାଙ୍ଗ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ରବିବାର ଘରର ଲୁହା କବାଟ ବନ୍ଦ କରୁଥିବା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେତାଙ୍ଗ ଗ୍ରାମର କବିବର ନାଏକ(୪୨)।

ସୂଚନାନୁଯାୟୀ କବିବର ନିଜ ଘରର ଲୁହା କବାଟ ବନ୍ଦ କରୁଥିବା ସମୟରେ କବାଟ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିବାରୁ ଘଟଣାସ୍ଥଳରେ କବିବର ଗୁରୁତର ହୋଇଥିଲେ। ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ପରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।

Share