ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୯ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ହିଞ୍ଜିଳି ଥାନା ଖରିଡ଼ା ଗ୍ରାମରେ ସୋମବାର ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବିପ୍ର ରାଉଳ (୫୫)।
ଆଜି ସକାଳେ ଘରର ପାଣି ମୋଟର ସଜାଡୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆହତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର, ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ କେସ୍‌ ନମ୍ବର ୨୭/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Share