୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି l ମୃତକ ହେଲେ ବୁଚି ମାଢ଼ୀ(୪୮)। ଏମ୍‌ଭି ୭୯ ଥାନା ଅନ୍ତର୍ଗତ ତେଲେରାଇ ପଞ୍ଚାୟତ ସଦର ଗ୍ରାମରେ ଗୁରୁବାର ଏହି ଘଟଣା ଘଟିଛି। ମୃତଦେହ ବ୍ୟବଚ୍ଛେଦ ପରେ ପ୍ରକୃତ ଘଟଣା ଜଣାଯିବ ବୋଲି ପୋଲିସ କହଛି।

ଦୁଇ ଯାଆ ବୁଚି ଏବଂ ରାମେ ନିଜ ଜମିରୁ ମହୁଲ ଗୋଟାଇସାରି ବୁଧବାର ପୂର୍ବାହ୍ନ ଘରକୁ ଫେରୁଥିଲେ। ହେଲେ କୌଣସି କାରଣରୁ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଦୁହେଁ ଠେଲାପେଲା ହେବାପରେ ଉଭୟ ପାଣିରେ ପଡିଥିଲେ। ସେଥିରେ ବୁଚିଙ୍କର ମୃତ୍ୟୁ ହୋଇଥିଲା।

ପୋଲିସ ପହଞ୍ଚି ରାମେଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଏନେଇ ପୋଲିସ ଏକ ମାମଲା(ନଂ.୪୭/୨୫) ରୁଜୁକରି ତଦନ୍ତ ଚଳାଇଛି। ଶୁକ୍ରବାର ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରିବ ବୋଲି ଏସ୍‌ଆଇ ଚନ୍ଦନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…

ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image