ଜୁନ୍‌ ୧ରୁ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ ପାଠପଢ଼ା

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍‌ ୧ରୁ ଅନ୍‌ଲାଇନ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।

ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ ନାହିଁ। ଏହା ବ୍ୟତୀତ ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ହଷ୍ଟେଲଗୁଡ଼ିକ ବନ୍ଦ ରହିବ। ୟୁଜିସି ପକ୍ଷରୁ ସୂଚନା ପାଇବା ପରେ ପରୀକ୍ଷା କାର୍ଯ୍ୟସୂଚୀ ଜଣାଇ ଦିଆଯିବ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମେ’ ୫ରୁ ୩୧ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ।

Share