୧୨ରୁ ୬ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଚଳାଚଳ

ଭୁବନେଶ୍ୱର, ୧୦।୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସୋମବାର ‘ଲକ୍ଷ୍ମୀ’ ଯୋଜନାର ବସ୍‌ କର୍ମଚାରୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜରମାନଙ୍କୁ ମିଶାଇ ୬୫୦ କର୍ମଚାରୀ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ। ଏହି ଜିଲାଗୁଡ଼ିକ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ। ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ। ଲକ୍ଷ୍ମୀ ଯୋଜନାରେ ବସ୍‌ଗୁଡ଼ିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ଠାରୁ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି।
କର୍ମଚାରୀମାନଙ୍କୁ ସମ୍ବୋଧନ କରି ୫-ଟି ସଚିବ କହିଛନ୍ତି ଯେ, ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକଙ୍କୁ ଉଚ୍ଚମାନର ସେବା ଯୋଗାଇଦେବା ଆମର ପ୍ରଥମ ଦାୟିତ୍ୱ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲାଙ୍କଠାରୁ ଆରମ୍ଭକରି ଚାଷୀ, ବ୍ୟବସାୟୀ, ମିଶନ୍‌ ଶକ୍ତିର ମହିଳା ସମସ୍ତେ ଉପକୃତ ହେବେ। ସ୍କୁଲ, କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ। ଚାଷୀ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟକୁ ନେଇ ବଜାରରେ ସହଜରେ ବିକ୍ରିବଟା କରିପାରିବେ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ୍‌ ଶକ୍ତି ମହିଳାମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟାତ କରିବା ସହଜ ହେବ ବୋଲି ସେ କହିଛନ୍ତି। ପାଣ୍ଡିଆନ ଆହୁରି କହିଛନ୍ତି, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ। ତେଣୁ ଏହି ପରିବହନ ସେବା ଗାଁ ଗଣ୍ଡାରେ ସମୃଦ୍ଧି ଆଣିପାରିବ। ଅର୍ଥନୈତିକ ବିକାଶକୁ ମଧ୍ୟ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ। ତେଣୁ ବସ୍‌ କର୍ମଚାରୀମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଛନ୍ତି। ସେ ୩-ଏସ୍‌ ଯଥା ସୁରକ୍ଷା, ସୁବିଧା ଓ ସମ୍ମାନକୁ ଗୁରୁତ୍ୱ ଦେଇଛନ୍ତି। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକେ ଯେପରି ସମ୍ମାନର ସହିତ ଯାତାୟାତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀମାନଙ୍କ କର୍ତ୍ତବ୍ୟ ବୋଲି ପାଣ୍ଡିଆନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri