ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।

ଏହି ୨ ଟି ଶିବିରରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ମୋଟ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରାଯାଇଛି ସେମାନଙ୍କ ମଧ୍ୟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୧୫୨ ଜଣଙ୍କ ମଧ୍ୟରୁ ୫୭ ଜଣଙ୍କୁ ଚଷମା ପ୍ରଦାନ କରାଯାଇଥିବା ବେଳେ ୬ ଜଣଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ ଚିକିତ୍ସା କରୁଥିବା ଡାକ୍ତର ପରାମର୍ଶ ଦେଇଛନ୍ତି।

ସେହିପରି ରାପଡାବାଡି ବିଦ୍ୟାଳୟରେ ଚାଲିଥିବା ଶିବିରରେ ମୋଟ ୧୫୬ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ୩୭ ଜଣଙ୍କୁ ଚଷମା ପ୍ରଦାନ କରାଯିବା ସହ ଜଣଙ୍କୁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ଡାକ୍ତର ପଠାଇଛନ୍ତି। ଶିବିରକୁ ଗୋଷ୍ଠି ସମ୍ବଳ ଶିକ୍ଷକ ମାନସ କୁମାର ଷଡ଼ଙ୍ଗୀ, ରଶ୍ମିତା ଷଡ଼ଙ୍ଗୀ ପରିଚାଳନା କରିଥିଲେ। ସୁବାଶିଷ ପଣ୍ଡା,ସନ୍ତୋଷ କୁମାର ବରାଡ,ଜି. ଚକ୍ରବର୍ତ୍ତୀ,ଅର୍ଚ୍ଚନା ସ୍ୱାଇଁ ପ୍ରମୁଖ ଚକ୍ଷୁ ପରୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri