Categories: ଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭା ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ସଂସଦରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ସୀତାରାମ ୟେଚୁରୀ, ମଲ୍ଲିକାର୍ଜୁନ ଖାର୍ଗେ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ସୋମବାର ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେଡିରୁ ପିନାକୀ ମିଶ୍ର ପ୍ରମୁଖ ନାମାଙ୍କନ ସମୟରେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ତେବେ ବର୍ତ୍ତମାନର ଉପରାଷ୍ଟ୍ରପତି ଏମ୍‌ ଭେଙ୍କିୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ତାରିଖରେ ଶେଷ ହେବ।

Share