Posted inରାଜ୍ୟ

ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି। ତେବେ ଏହାକୁ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟାକୁ ନେଇ ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ। ପୂର୍ବରୁ ଅନେକ ଥର ବାତ୍ୟା ଆସିଛି, ଆମେ ଏହାକୁ ଦୃଢ଼ତାର ସହ ମୁକାବିଲା କରିଛେ। ସବୁ ବାତ୍ୟା ପରି ଏଥର ମଧ୍ୟ ସୁରକ୍ଷିତ ରହିବା ଲାଗି ସମସ୍ତ ପଦକ୍ଷେପ ଗ୍ରହଣ କରିବା। ସମସ୍ତେ ପ୍ରଶାସନ ସହଯୋଗ କରନ୍ତୁ। ନିର୍ବାଚିତ ପ୍ରତିିନିଧିମାନେ ଲୋକଙ୍କ ସହ ରୁହନ୍ତୁ।

କହିରଖୁଛୁ, ୧୯୯୯ ମହାବାତ୍ୟା ପରଠାରୁ ଓଡ଼ିଶା ଅନେକ ବାତ୍ୟାର ସମ୍ମୁଖୀନ ହୋଇଛି। ହେଲେ ସବୁଗୁଡ଼ିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାର ସଠିକ୍‌ ଭାବେ ମୁକାବିଲା କରିଥିଲେ। ଏଣୁ ଚଳିତ ଥର ମୋହନ ମାଝୀ ସରକାରଙ୍କ ପାଇଁ ବାତ୍ୟା ଦାନା ମୁକାବିଲା ଏକ ଚ୍ୟାଲେଞ୍ଜ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…

ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା...

ଶିଶୁଭବନ ଅନ୍ଧାର, ଗରମରେ ଛଟପଟ ହେଲେ ଶିଶୁରୋଗୀ

କଟକ,୨୩ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଶିଶୁଭବନ ପୁରୁଣା ବିଲ୍ଡିଂରେ ଲାଇନ ନ ଥିବାରୁ କିଛି ସମୟ ଧରି ଅନ୍ଧାର ରହିଥିଲା। ଅନ୍ଧାରରେ ଶିଶୁରୋଗୀ ଓ ଅଭିଭାବକ ନାହିଁ...

ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି: ଚଳିତ ବର୍ଷ କିଣାଯିବ ଏତିକି କୁଇଣ୍ଟାଲ ଧାନ

ଭୁବନେଶ୍ୱର,୨୩।୧୦: ଖରିଫ ବିପଣନ ବର୍ଷ (ଧାନ ସଂଗ୍ରହ ବର୍ଷ), ୨୦୨୪-୨୫ ଅକ୍ଟୋବର ୧, ୨୦୨୪ ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩୦, ୨୦୨୫ ରେ ସମାପ୍ତ...

‘ଦାନା’ ଯୋଗୁ ରାଜ୍ୟର ୪ଟି ଜିଲା ଅଧିକ ପ୍ରଭାବିତ ହେବା ଆଶଙ୍କା

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ...

ଭୀଷଣ ବାତ୍ୟା ରୂପ ନେଇ ମାଡ଼ିଆସୁଛି ‘ଦାନା’, ସତର୍କ ସୂଚନା ଜାରି

ଭୋଗରାଇ,୨୩ା୧୦(ପ୍ରଦୀପ ଦାସ): ପୂର୍ବ ମଧ୍ୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ‘ଦାନା’ ନାମିତ ସାମୁଦ୍ରିକ ଝଡ଼ ଅତି ଭୀଷଣ ବାତ୍ୟା ରୂପନେଇ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେଉଥିବା...

‘ଦାନା’ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ...

ଜଙ୍ଗଲରେ ଫିଙ୍ଗିଦେଲେ ଗର୍ଭବତୀଙ୍କ ମୃତଦେହ

ବଲାଙ୍ଗୀର,୨୩ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବୈଦିପାଲି ଗାଁ ନିକଟ ପତ୍ରା ଜଙ୍ଗଲରେ ବୁଧବାର ସକାଳେ ଜଣେ ଗର୍ଭବତୀ ମହିଳାଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri