ବିକାଶ ଯାତ୍ରାରେ ବିରୋଧୀ ଖୁସି ନୁହନ୍ତି: ନବୀନ

ଭୁବନେଶ୍ୱର,୩ା୧୦(ଅନିଲ ଦାସ):ରାଜ୍ୟର ବିକାଶ ଯାତ୍ରାରେ ବିରୋଧୀ ଖୁସି ନାହାନ୍ତି। ଲୋକଙ୍କୁ ଭୁଲ୍‌ ଖବର ଦେବାରେ ସେମାନେ ଖୁସି ହୁଅନ୍ତି। ନିର୍ବାଚନ ଆସିଲେ ବିରୋଧୀ ସବୁବେଳେ ଏମିତି କାମ କରିଥାନ୍ତି। ତେଣୁ ଜନତା ସବୁବେଳେ ସେମାନଙ୍କୁ ପ୍ରତ୍ୟାଖ୍ୟାନ କରି ଆସୁଛନ୍ତି। ସେମାନଙ୍କ ଜନବିରୋଧୀ ଓ ବିକାଶ ବିରୋଧୀ ମନୋଭାବକୁ ଲୋକେ ଠିକ୍‌ ବୁଝିଛନ୍ତି। ବିରୋଧୀ ଜଗନ୍ନାଥ ଓ ଲିଙ୍ଗରାଜ ମନ୍ଦିର ବିକାଶ କାମ ବନ୍ଦ କରିବାକୁ ଚକ୍ରାନ୍ତ କରୁଛନ୍ତି। ଜନସାଧାରଣ ସେମାନଙ୍କୁ କ୍ଷମା ଦେବେ ନାହିଁ। ସୋମବାର ଭୁବନେଶ୍ୱର ବଡ଼ଗଡ଼ ବ୍ରିଟ୍‌ସ୍ଥିତ କଳିଙ୍ଗ ବସ୍ତିରେ ବିଜେଡି ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ସେଠାକାର ନେତାଜୀ ଖେଳପଡ଼ିଆଠାରେ ଆୟୋଜିତ ଦଳୀୟ କର୍ମୀ ସମାବେଶକୁ ସମ୍ବୋଧିତ କରି ନବୀନ କହିଛନ୍ତି, ସାଧାରଣ ଲୋକଙ୍କ ଖୁସି, ଆମର ସବୁଠାରୁ ବଡ଼ ଖୁସି। ଗରିବ ଲୋକ, ମହିଳା, ଯୁବବର୍ଗ, ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ ପାଇଁ ବିଜେଡି କାମ କରୁଛି। ମା’ମାନଙ୍କୁ ସଶକ୍ତ କରିବା ପାଇଁ ବିଜେଡି କାମ କରୁଛି। ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ଆସନ ସଂରକ୍ଷିତ ରଖିବାକୁ ଆଇନ ଆସିଛି। ବିଜେଡିର ପ୍ରୟାସ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଜେଡି ପ୍ରତି ସାଧାରଣ ଲୋକଙ୍କ ଆତ୍ମବିଶ୍ବାସ ବୃଦ୍ଧିପାଇଛି। ରୂପାନ୍ତର ଓଡ଼ିଶା ପାଇଁ ଶକ୍ତି ଦେଇଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବରଦାନ ସାଜିଛି। ସରକାରୀ ଓ ଘରୋଇ ସ୍କୁଲ ମଧ୍ୟରେ ତାରତମ୍ୟ ହ୍ରାସ ପାଇଛି। ଖାଦ୍ୟ ସୁରକ୍ଷା, କ୍ରୀଡ଼ାର ବିକାଶ ଓ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଓଡ଼ିଶା ସମଗ୍ର ଦେଶ ଲାଗି ରୋଲ୍‌ ମଡେଲ ହୋଇଛି। ନିଯୁକ୍ତିର ନୂଆ ସୁଯୋଗ ଆସିଛି ବୋଲି ନବୀନ କହିଛନ୍ତି। ବିକାଶର ବାର୍ତ୍ତା ଘରେ ଘରେ ପହଞ୍ଚାଇବା ପାଇଁ କାମ କରିବାକୁ ନବୀନ ଦଳୀୟ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ନବୀନ ପଦଯାତ୍ରାରେ କର୍ମୀମାନଙ୍କ ଗହଣରେ କିଛି ବାଟ ଚାଲିଥିଲେ।
କାର୍ଯ୍ୟକ୍ରମରେ ଯୋଗଦେଇ ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି, ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓଡ଼ିଶାକୁ ଆଗେଇ ନେଇଛି। ଜାଗା ମିଶନ ବସ୍ତି ବାସିନ୍ଦାଙ୍କ ପାଇଁ ଅମୃତସମ ପାଲଟିଛି। ମୁଖ୍ୟମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ଏକାମ୍ର ଯୋଜନା, ନବୀନ ଓଡ଼ିଶା ଏବଂ ଜାଗା ମିଶନ ଭଳି ଐତିହାସିକ ପଦକ୍ଷେପ ନିଆଯାଇଛି। ମେୟର ସୁଲୋଚନା ଦାଶ ମଧ୍ୟ ତାଙ୍କ ଅଭିଭାଷଣରେ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠଥର ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ସମସ୍ତ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଏମ୍‌ପି ଅମର ପଟ୍ଟନାୟକ ଓ ସୁଲତା ଦେଓ, ମେୟର ସୁଲୋଚନା ଦାଶ, ଡେପୁଟି ମେୟର ମଞ୍ଜୁଲତା କଅଁର, ଶ୍ରୀମୟୀ ମିଶ୍ର, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ।
ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଆସନ୍ତା ୧୧ ତାରିଖ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ଏହି ପଦଯାତ୍ରା ଚାଲିବ। ଏଥିରେ ବିଜେଡିର ଏମ୍‌ପି, ବିଧାୟକ ଓ କର୍ମକର୍ତ୍ତା ଯୋଡ଼ିହୋଇ ପ୍ରତ୍ୟେକ ଗ୍ରାମରେ ରାଜ୍ୟ ସରକାରଙ୍କ ନିରନ୍ତର ବିକାଶର ବାର୍ତ୍ତା ପହଞ୍ଚାଇବା ସହ ଲୋକଙ୍କ ଅଭିଯୋଗ ଶୁଣିବେ। ଏଥିସହ ବିଜେଡି ପକ୍ଷରୁ ରକ୍ତଦାନ, ବୃକ୍ଷରୋପଣ ଭଳି ସାମାଜିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri