ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ, ୧୯ କାଉନସିଲରଙ୍କ ଇସ୍ତଫା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବିଧାନସଭା ଆସନ ପାଇଁ ବିଜେଡି ଅନସୂୟା ମାଝିଙ୍କ ନାମ ଘୋଷଣା କରିବା ପରେ ଦଳରେ ଅନ୍ତକନ୍ଦଳ ସୃଷ୍ଟି ହୋଇଛି। ତାଙ୍କ ପ୍ରାର୍ଥତ୍ତ୍ୱକୁ ଦଳର ସିଂହଭାଗ ନେତା ଓ ନେତ୍ରୀ ଗ୍ରହଣ କରିପାରି ନ ଥିବା ଦେଖିବାକୁ ମିଳିଛି। ଫଳରେ ଗଣଇସ୍ତଫା ଦେଇଛନ୍ତି ଦଳର ବରିଷ୍ଠ, ମହିଳା ଓ ଯୁବନେତା। ପୌର ପରିଷଦର ୧୯ଜଣ କାଉନସିଲର ଓ ରାୟଗଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ବିଜେଡି ପ୍ରାଥମିକ ସଦସ୍ୟତା ଓ ଦଳୀୟ ପଦବୀରୁ ଇସ୍ତଫା ଦେଇଛନ୍ତି। ନିଜର ଇସ୍ତଫାପତ୍ର ଦଳର ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଏଥିସହ ଏହାର ନକଲ ବିଜେଡି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଜିଲା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକଙ୍କ ନିକଟକୁ ପଠାଇଥିବା ସୂଚନା ମିଳିଛି। ଏହା ଏବେ ଅନସୂୟାଙ୍କ ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିଛି। ସମସ୍ତେ ନିଜ ଇସ୍ତଫାପତ୍ରରେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ବିଜେଡି ରାଜ୍ୟ ସମ୍ପାଦକ ଅମିୟ ସ୍ବାଇଁ, ଚନ୍ଦ୍ରକାନ୍ତ ସାମଲ, ବିଜୁ ମହିଳା ଜନତା ଦଳ ଜିଲା ସଭାନେତ୍ରୀ ଶ୍ରମିତା ପାଢ଼ୀ, ବିଜୁ ଯୁବ ଜନତା ଦଳ ଜିଲା ସଭାପତି ଅବିନାଶ ବିଶୋୟୀ ପ୍ରମୁଖ ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ସେହିପରି ପୌର ପରିଷଦର ୧୯ଜଣ କାଉନସିଲର ଓ ରାୟଗଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ଦଳୀୟ ପଦବୀରୁ ଇସ୍ତଫା ଦେଇଛନ୍ତି।
ସ୍ଥାନୀୟ ଏକ ହୋଟେଲରେ ଖବରଦାତା ସମ୍ମିଳନୀ କରି ସମସ୍ତ ପ୍ରାର୍ଥୀ ଇସ୍ତଫା ଦେଇଥିବା ସୂଚନା ଦେଇଛନ୍ତି। ପ୍ରାର୍ଥୀ ଚୟନ କ୍ଷେତ୍ରରେ ସ୍ଥାନୀୟ ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବିନା ମତାମତରେ କେଉଁ ଆଧାରରେ ପ୍ରାର୍ଥୀ ଚୟନ କରାଯାଇଛି ବୋଲି ଏମାନେ ପ୍ରଶ୍ନ କରିଛନ୍ତି। ଏପରିକି ତୃଣମୂଳ ସ୍ତରରେ କାମ କରୁଥିବା କର୍ମୀ ଓ ପୁରୁଖା ନେତାଙ୍କୁ ଅଣଦେଖା କରି ଦଳ ଏଭଳି ପ୍ରାର୍ଥୀ ଚୟନ କରିଛି ବୋଲି ଅଭିଯୋଗ କରାଯାଇଛି।
ପ୍ରାର୍ଥୀ ଘୋଷଣା ପରେ ଦଳର ବରିଷ୍ଠ, ମହିଳା ଓ ଯୁବନେତାମାନେ ଦଳ ଛାଡ଼ିବା ଆଗାମୀ ଦିନରେ ଦଳ ଉପରେ ବିପରୀତ ପ୍ରଭାବ ପକାଇବା ନେଇ ରାଜନୈତିକ ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି। ଏ ନେଇ ବିଜେଡି ଜିଲା ସଭାପତି ସୁଧୀର ଦାସଙ୍କୁ ପଚାରିବାରୁ ବିଜେଡି ଏକ ଶୃଙ୍ଖଳିତ ଦଳ ଏବଂ ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। ଦଳରୁ ଇସ୍ତଫା ଦେଇଥିବା ନେତାଙ୍କ ବିଷୟରେ ବିଚାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ତିଆରିକୁ ପୂରିନି ବର୍ଷେ, ଉଠିଗଲାଣି ପିଚୁ,ମେଟାଲ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ସଡ଼କ କାମ ଅତି ନିମ୍ନମାନର ହୋଇଥିବା ନେଇ ଜିଲା ପରିଷଦ ବୈଠକରେ ସଭ୍ୟମାନେ...

ଚିକିତ୍ସା ପାଇଁ ସହାୟତାକୁ ଅପେକ୍ଷା

ବଡ଼ଗାଁ,୨୯।୩(ଅଶୋକ ଷଡ଼ଙ୍ଗୀ): ପରିବାରର ଏକମାତ୍ର ରୋଜଗାରକ୍ଷମ ଥିଲେ। ହଠାତ୍‌ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହେବା ପରେ ପରିବାର ଚଳାଇବା କଷ୍ଟକର ହେଉଛି। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ...

୧୨ ଦଫା ଦାବି ନେଇ ଗର୍ଜିଲା ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି

ଦେବଗଡ,୨୯।୩(ଶଶାଙ୍କ ଶେଖର ଝାଙ୍କର):ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି, ଦେବଗଡ, ପାଳଲହଡା ପକ୍ଷରୁ ଏକ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହେବାସହ ମାନ୍ୟବର ମୂଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦେବଗଡ...

ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା...

ନାବାଳିକା ବଳାତ୍କାର ମାମଲାରେ ଫରେଷ୍ଟର ଗିରଫ

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା )- ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ...

ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର

ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର...

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ

ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର...

ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image