ଭୁବନେଶ୍ୱର,୨୯ା୯(ବ୍ୟୁରୋ): ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାର ପଶ୍ଚିମ ଭାଗ ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ଦୁଇ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ଅରେଞ୍ଜେ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ଭିତରେ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।