କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ହସ୍ପିଟାଲକୁ ବନ୍ଦ କରିବା ପାଇଁ ପୂର୍ବରୁ ନିର୍ଦ୍ଦେଶ ରହିଥିଲେ ସୁଦ୍ଧା ସ୍ବାସ୍ଥ୍ୟ ବିଭାଗ କେବଳ ଚିଠି ଲେଖି ବସିପଡ଼ିଥିବାରୁ କମିଶନ କ୍ଷୋଭ ପ୍ରକାଶ କରିଛନ୍ତି। ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଏହି ମାମଲା ରୁଜୁ ହୋଇଛି।

ମାମଲାର ବିବରଣୀ ଅନୁଯାୟୀ, ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ ବାବଲପୁରର କିଶୋର ଚନ୍ଦ୍ର ଦାଶ(୪୭) ସାମାନ୍ୟ ଦୁର୍ଘଟଣାର ଶିକାର ହୋଇ ଉକ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୦୨୧ ଜୁଲାଇ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ ତାଙ୍କର ଚିକିତ୍ସା ଚାଲିଥିଲା। ପ୍ରଥମ ଟେଷ୍ଟରେ ରୋଗୀଙ୍କର କୋଭିଡ୍‌ ନ ଥିବା ଜଣାପଡ଼ିଥିଲା। ମାତ୍ର ଦୁଇଦିନ ପରେ ତାଙ୍କୁ କୋଭିଡ୍‌ ହୋଇଛି ବୋଲି କହି ଡାକ୍ତରମାନେ ଛୁଇଁ ନ ଥିଲେ। ଫଳରେ ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଅପରପକ୍ଷରେ ଏହି ହସ୍ପିଟାଲ ବିନା ରେଜିଷ୍ଟ୍ରେଶନରେ ଚାଲୁଥିବା ଜଣାପଡ଼ିଥିଲା। ଏହାର ରେଜିଷ୍ଟେଶନର ଅବଧି ୨୦୧୫ରୁ ଶେଷ ହୋଇଯାଇଥିଲା। ଏହି ମାମଲାକୁ ନେଇ ହାଇକୋର୍ଟ ଆଇନଜୀବୀ ନିଶିକାନ୍ତ ମିଶ୍ର ଓ ଶ୍ରୀ ଅଖଣ୍ଡ ମିଳିତ ଭାବେ ଏନ୍‌ଏଚ୍‌ଆର୍‌ସିରେ ମାମଲା ଦାଏର କରିଥିଲେ। ସ୍ବାସ୍ଥ୍ୟ ବିଭାଗ ଏକ କମିଟି ଗଠନ କରି ଏହାର ଅନୁସନ୍ଧାନ କରିଥିଲା। ତେବେ ଏହି କମିଟି କିଶୋରଙ୍କ ଚିକିତ୍ସାରେ ଅବହେଳା ହୋଇ ନ ଥିବା ରିପୋର୍ଟ ଦେଇଥିଲା। ମାତ୍ର ଉକ୍ତ ହସ୍ପିଟାଲର ରେଜିଷ୍ଟ୍ରେଶନ ଅବଧି ୨୦୧୫ରୁ ଶେଷ ହୋଇଯାଇଥିବା ଓ ଏହାର ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍‌ ନ ଥିବା ରିପୋର୍ଟରେ ଦର୍ଶାଯାଇଥିଲା।

ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାରୁ ଉକ୍ତ ହସ୍ପିଟାଲ ସମେତ ଅନ୍ୟ ୧୧ଟି ହସ୍ପିଟାଲ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ହେଉନାହିଁ ବୋଲି ଦର୍ଶାଇଥିଲେ। କିନ୍ତୁ ଆବେଦନକାରୀ କମିଶନଙ୍କୁ ଅବଗତ କରାଇଥିଲେ, ହାଇକୋର୍ଟରେ ଏ ସଂକ୍ରାନ୍ତୀୟ ମାମଲା ବନ୍ଦ ହୋଇସାରିଛି। ଏହାପରେ କମିଶନ ଏହି ହସ୍ପିଟାଲ ସମେତ ଅନ୍ୟ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଉକ୍ତ ହସ୍ପିଟାଲରେ କୌଣସି ରୋଗୀଙ୍କୁ ଆଡ୍‌ମିଶନ ନ କରିବା, ଯଦି କୌଣସି ରୋଗୀ ଏଠାରେ ଥାନ୍ତି ସେମାନଙ୍କୁ ଅନ୍ୟ କୌଣସି ହସ୍ପିଟାଲକୁ ସ୍ଥାନାନ୍ତର କରି ଉକ୍ତ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବା ପାଇଁ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାରେ ଯେପରି କୌଣସି ରୋଗୀ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ...

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌...

କୁସୁମା ବଙ୍ଗଳାର ତଦନ୍ତ ହେବ

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲା ବିଶିଷ୍ଟ ୯ଟି କଟେଜ ନିର୍ମାଣର ରହସ୍ୟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ବୁଧବାର ଯାଜପୁର...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri