ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମହାପ୍ରସାଦରେ ଜୈବିକ ଚାଉଳର ବ୍ୟବହାର ନେଇ ଆଲୋଚନା ହୋଇଥିଲା।

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି । ଶ୍ରୀମନ୍ଦିରର ମହାପ୍ରସାଦରେ ଜୈବିକ ଚାଉଳ ଏବଂ ପନିପରିବାର ବ୍ୟବହାର ନିଷ୍ପତ୍ତିକୁ ସୁଆର- ମହାସୁଆର ନିଯୋଗ ତଥା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଇଛି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ସର୍ବଦା ଜୈବିକ କୃଷିକୁ ସମର୍ଥନ ଦେଇ ଆସିଛନ୍ତି ।

ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଏହି ଜୈବିକ ଚାଉଳର ବ୍ୟବହାର କରାଯିବ । ଏଥି ସହ ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବା ପାଇଁ ପ୍ରସ୍ତାବ ରହିଛି । ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ କାର୍ଯ୍ଯକାରୀ ହୋଇ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ ଆନନ୍ଦବଜାରରେ ଭକ୍ତଙ୍କ ପାଇଁ ଉପଲବ୍ଧ ହେବ । ଏଥି ପାଇଁ ଆନନ୍ଦବଜାରରେ ଏକ ସ୍ୱତନ୍ତ୍ର‌ କାଉଣ୍ଟର ଖୋଲାଯିବାର ପ୍ରସ୍ତାବ ରହିଛି ।

ପ୍ରାରମ୍ଭିକ ଭାବେ ରାଜ୍ୟରେ ଉତ୍ପାଦିତ ହେଉଥିବା କଳାଜୀରା, ପିମ୍ପୁଡ଼ିବାସ, ଯୁବରାଜ ଆଦି ଜୈବିକ ଚାଉଳ ଦେଶୀୟ ପ୍ରଜାତିର ଜୈବିକ ଧାନ ଏହି ‘ଅମୃତ ଅନ୍ନ’ ମହାପ୍ରସାଦରେ ବ୍ୟବହୃତ ହେବ । ଏଥି ମଧ୍ୟରୁ କଳାଜୀରା ଧାନ ଜିଆଇ ଟ୍ୟାଗ୍‌ (ଭୌଗୋଳିକ ସୂଚକାଙ୍କ)ରେ ସ୍ଥାନିତ ହୋଇସାରିଛି । ସଂପ୍ରତି ଓଡ଼ିଶା ଚାଉଳ ଉତ୍ପାଦକତାରେ ଜାତୀୟ ହାରଠାରୁ ଆଗରେ ରହିଛି । ଚଳିତ ବର୍ଷ କୋରାପୁଟର ୧୩୬୫ ଏକର ଜମିରେ କଳାଜୀରା ଚାଉଳ ଚାଷ ହୋଇଛି ଏବଂ କୋଟପାଡ଼ଠାରେ ପ୍ରଥମ ଥର ପାଇଁ କଳାଜୀରା ଧାନର ମଣ୍ଡି ଖୋଲାଯାଇଛି ।

ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା ପାଇଁ ଅର୍ଗାନିକ୍‌ ସାର୍ଟିଫିକେସନ୍‌, ସବ୍‌ସିଡ଼ିର ଆଦିର ପ୍ରସ୍ତାବ ରହିଛି । ଏଥି ସହ କୃଷକ ଉତ୍ପାଦକ ସଂଗଠନ (ଏଫ୍‌ପିଓ)ମାନଙ୍କୁ କ୍ଲଷ୍ଟର ଆପ୍ରୋଚ୍‌ ମାଧ୍ୟମରେ ଜୈବିକ ଚାଉଳ ଉତ୍ପାଦନ ପାଇଁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ପ୍ରକ୍ରିୟାକୁ ସୁରୁଖୁରୁରେ କାର୍ଯ୍ୟକାରୀ କରିବାକୁ ଏକ ପରିଚାଳନା କମିଟି ଗଠନ କରାଯିବ । ସେହି କମିଟିରେ ଶ୍ରୀମନ୍ଦିର ପ୍ରଶାସନ, ସୁଆର-ମହାସୁଆର ନିଯୋଗ ପ୍ରତିନିଧିଙ୍କ ସମେତ ଅନ୍ୟ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀ ସଦସ୍ୟ ରହିବେ ।

ପ୍ରାରମ୍ଭିକ ପର୍ଯ୍ୟାୟରେ ୧୦୦ରୁ ୨୦୦ ଏକର ଜମିରେ ଜୈବିକ ଚାଉଳ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି । ବିହନ ସଂରକ୍ଷଣ କରାଯାଇ ପରବର୍ତ୍ତୀ ସମୟରେ ଅଧିକ ଜୈବିକ ଧାନ ଉତ୍ପାଦନକୁ ପ୍ରୋତ୍ସାହନ ଦିଆଯିବ ଏବଂ ସଂପୂର୍ଣ୍ଣ ‘ଅମୃତ ଅନ୍ନ’ ମହାପ୍ରସାଦରେ ଜୈବିକ ଶସ୍ୟ ବ୍ୟବହାର କରାଯିବ । ଜୈବିକ ପଦ୍ଧତିରେ ଉତ୍ପାଦନବେଳେ ଗୋମୂତ୍ର, ଗୋବର, ବୀଜାମୃତ ତଥା ଅନ୍ୟ ଜୈବିକ ଖତର ବ୍ୟବହାର ରାଜ୍ୟରେ ଗୋବଂଶର ସୁରକ୍ଷା ଓ ବୃଦ୍ଧିରେ ମଧ୍ୟ ସହାୟକ ହୋଇପାରିବ ।

ଆଜିର ବୈଠକରେ କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଓୟୁଏଟିର ଡିନ୍‌ ପ୍ରଫେସର ପ୍ରସନ୍ନଜିତ ମିଶ୍ର, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ, କମାଣ୍ଡର ସୁଧାକର ପଟ୍ଟନାୟକ, ସୁଆର, ମହାସୁଆର ନିଯୋଗ ସଭାପତି ପଦ୍ମନାଭ ମହାସୁଆର ଓ ସଂପାଦକ ନାରାୟଣ ମହାସୁଆର, ବରିଷ୍ଠ ସେବାୟତ ବୈଦ୍ଯନାଥ ମହାସୁଆର, ବିଭିନ୍ନ ଜୈବିକ ଉତ୍ପାଦକ ଗୋଷ୍ଠୀ, ସ୍ୱୟଂ ସହାୟକ ଗୋଷ୍ଠୀର ପ୍ରତିନିଧି, ରାଜେନ୍ଦ୍ର ଦେଶୀ ଧାନ ଗବେଷଣା ପ୍ରତିଷ୍ଠାନର ନଟବର ଷଡଙ୍ଗୀ, କୋରାପୁଟ ପ୍ରଗତି ଅନୁଷ୍ଠାନର ପ୍ରଭାକର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ମତ ଉପସ୍ଥାପନ ପୂର୍ବକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର...

କଇଁଚଙ୍କ ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ

ଗଞ୍ଜାମ,୨୩ା୩(ବିଦ୍ୟାଧର ସାହୁ): ଋଷିକୁଲ୍ୟା ମୁହାଁଣରେ ଏକ ମାସ ପରେ ପୁଣି ଦ୍ୱିତୀୟ ପର୍ଯ୍ୟାୟ ଗଣ ଅଣ୍ଡାଦାନ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୩୮ ହଜାର ୭୭୯...

ଅଙ୍ଗନବାଡ଼ି ଛତୁଆ ଖାଇ ଦୁଇ ଭଉଣୀ ମୃତ; ବାପା, ବଡ଼ ଝିଅ ଗୁରୁତର

ଗଜପତି, ୨୩ା୩(ଗିରିଧାରୀ ପରିଛା): ବିଷାକ୍ତ ଛତୁଆ ଖାଇ ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ରାମଗିରିରେ। ଦୁଇ ଭଉଣୀ...

ଏଲ୍‌ଟିଆର୍‌ ପରୀକ୍ଷାରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍‌ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍‌ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ...

OAS ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୩।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ ମାମଲା: ମୃତକ ନାବାଳିକା ବୋଲି ଚିହ୍ନଟ

ସୋରଡ଼ା,୨୩ା୩(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହେବା ଘଟଣାର ଛାନଭିନ ଜାରି ରଖିଛି ପୋଲିସ।...

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମିଳିବ କେନ୍ଦ୍ର ସରକାରଙ୍କ ସମର୍ଥନ

ଭୁବନେଶ୍ୱର,୨୩।୩: କେନ୍ଦ୍ର ଗୃହ ନିର୍ମାଣ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଓଡ଼ିଶାରେ ପ୍ରମୁଖ ସହରାଞ୍ଚଳ ବିକାଶ ପଦକ୍ଷେପ ଏବଂ ଭିତ୍ତିଭୂମି...

ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ

ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image