ASO ଚୟନରେ ହୋଇନାହିଁ କୌଣସି ତ୍ରୁଟି, ମେରିଟ୍ ଲିଷ୍ଟ କାଏମ୍‌ ରଖିଲେ ହାଇକୋର୍ଟ

କଟକ, ୨୨।୧୨: ବହୁ ଚର୍ଚ୍ଚିତ ଏଏସଓ ମେରିଟ୍ ଲିଷ୍ଟ କାଏମ୍‌ ରଖିଛନ୍ତି ଓଡ଼ିଶା ହାଇକୋର୍ଟ। ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନାହିଁ ବୋଲି କୋର୍ଟ କହିଛନ୍ତି। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରି ୨ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଏହା ସହିତ ଯେଉଁଠୁ ପ୍ରକ୍ରିୟା ବନ୍ଦ ଥିଲା ସେଠାରୁ ଚାଲୁ ରଖିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ।

୨୦୨୨ ମସିହାରେ ୭୯୬ଟି ଏଏସଓ ପଦବୀ ପାଇଁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯେଉଁଥିରେ ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନାକାରୀଙ୍କ ମଧ୍ୟରୁ ୧୧୦୪ ଜଣ କୃତକାର୍ଯ୍ୟ ହୋଇଥିଲେ। ତେବେ କ୍ଷମତା ଆହାରକୁ ଯାଇ ଓପିଏସସି ମୂଲ୍ୟାୟନ ପଦ୍ଧତିରେ ହଠାତ୍ ପରିବର୍ତ୍ତନ ଆଣି ପ୍ରତି ବିଷୟରେ କ୍ୱାଲିଫାଇଂ ମାର୍କ ବ୍ୟବସ୍ଥା ଲାଗୁ କରିଥିଲା ଏବଂ ଗୋଟିଏ ପଦ ପାଇଁ ଦେଢ଼ ଜଣ ଆଧାରରେ ମୋଟ୍ ୧୧ ଶହ ୪ ପ୍ରାର୍ଥୀଙ୍କର ମେରିଟ୍ ଲିଟ୍ ପ୍ରକାଶ କରିଥିଲା ।

ଓପିଏସସିର ଚୟନ ପ୍ରକ୍ରିୟାରେ ତ୍ରୁଟି ଥିବା ଦର୍ଶାଇ ମେରିଟ ଲିଷ୍ଟରୁ ବାଦ୍ ପଡ଼ିଥିବା ଅନେକ ପ୍ରାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସମସ୍ତ ମାମଲାର ଏକାକାଳୀନ ଶୁଣାଣି କରି ଜଷ୍ଟିସ ଆଦିତ୍ୟ ମହାପାତ୍ରଙ୍କ ଜଣିକିଆ ଖଣ୍ଡପୀଠ ଓପିଏସସିର ମେରିଟ ଲିଷ୍ଟକୁ ଖାରଜ କରିବା ସହ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରସ୍ତୁତ କରିବାକୁ କୋର୍ଟ ଗତ ମେ ୧୯ ତାରିଖରେ ରାୟ ଶୁଣାଇଥିଲେ।

ଓଡ଼ିଶା ସେକ୍ରେଟାରିଏଟ (ମେଥଡ ଅଫ୍ ରିକ୍ରୁଟମେଣ୍ଟ) ଆଣ୍ଡ କଣ୍ଡିସନ୍ସ ଅଫ୍ ସର୍ଭିସ ଅଫ୍ ଏଏସଓ ରୁଲ୍ସ, ୨୦୧୬ର ଉଲ୍ଲଂଘନ କରି ବିଷୟ ଭିତ୍ତିକ ସର୍ବନିମ୍ନ ନମ୍ବର ବ୍ୟବସ୍ଥା ଲାଗୁ କରାଯାଇଥିବାରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରାଯାଉଛି ବୋଲି ହାଇକୋର୍ଟ ତାଙ୍କ ରାୟରେ ଦର୍ଶାଇଥିଲେ। ପରେ ହାଇକୋର୍ଟଙ୍କ ରାୟରେ ତ୍ରୁଟି ରହିଥିବା ଦର୍ଶାଇ ଓପିଏସସି ଏବଂ ଅନ୍ୟମାନଙ୍କ ପକ୍ଷରୁ ୩ଟି ପୃଥକ ଅପିଲ ଦାୟର ହୋଇଥିଲା। ଏହି ୩ଟି ଯାକ ମାମଲାର ଏକାକାଳୀନ ଶୁଣାଣି ଶେଷ ଗତ ଏ ତାରିଖରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri