ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୪ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୦ ହଜାର ୫୩୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୭, ଭଦ୍ରକରୁ ୪, କଟକରୁ ୫୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧,ଜଗତ୍ସିଂହପୁରରୁ ୭, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୧୮୯, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୧ ,ନୂଆପଡ଼ାରୁ ୭, ପୁରୀରୁ ୪, ରାୟଗଡ଼ାରୁ ୫, ସମ୍ବଲପୁରରୁ ୫, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍ ପୁଲ୍ରୁ ୪୧ ଜଣ ଅଛନ୍ତି।