Advertisement

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନରାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବି କରିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel